ଫେବ୍ରୁଆରୀ ୨୧ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ରାଜ୍ୟରେ ହୋଇଥିବା ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। କପି ରୋକିବା ପାଇଁ ଚାରିସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଥିଲା
ମେ’ରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ। ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।
ବୋର୍ଡ ସଭାପତି କହିଛନ୍ତି ଯେ, ଆଉ ଦୁଇ ଦିନ ମଧ୍ୟରେ ଖାତା ଦେଖା ସରିବ। ମେ’ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ। ତେବେ ମେ’ ମାସର କେଉଁ ତାରିଖରେ ପରୀକ୍ଷା ଫଳ ପାଇବ ସେ ନେଇ ବୋର୍ଡ ସଭାପତି ସ୍ପଷ୍ଟ କରିନାହାନ୍ତି।