ମୁଖ୍ୟ ଖବରଭୁବନେଶ୍ଵର

ଆସନ୍ତାକାଲି ଆୟୁଷ୍ମାନ୍ ଭାରତ: ୧୩ ଜିଲ୍ଲାରେ ଶୁଭାରମ୍ଭ କରିବେ ମନ୍ତ୍ରୀ

Spread the love

ଏପ୍ରିଲ ୧୧ ତାରିଖରୁ ଓଡିଶାରେ ଲାଗୁ ହେବ ଆୟୁଷ୍ମାନ୍ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। କଟକ ବାଲିଯାତ୍ରା ପଡିଆରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଏହି ଯୋଜନାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ତାଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସଂଦେଓ , ପ୍ରଭାତୀ ପରିଡା ଏବଂ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଉପସ୍ଥିତ ରହିବେ। ଶୁଭାରମ୍ଭ ଦିନ ୧୪୦୫ ପ୍ରାଥମିକ ଚିକିତ୍ସାଳୟରେ ଏହି କାର୍ଡ ବଣ୍ଟନ କରାଯିବ। ଏହି ଉପଲକ୍ଷେ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ରହିବେ। ୧୩ ଜିଲ୍ଲାରେ ମନ୍ତ୍ରୀ ମାନଙ୍କ ଦ୍ଵାରା ଏହି ଯୋଜନାର ଶୁଭାରମ୍ଭ ହେବ। କେନ୍ଦ୍ରାପଡାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ନୟାଗଡରେ ସୁରେଶ ପୂଜାରୀ , ନବରଙ୍ଗପୁରରେ ରବି ନାରାୟଣ ନାଏକ , ଢେଙ୍କାନାଳରେ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ଆୟୁଷ୍ମାନ୍ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।

Leave a Reply

Your email address will not be published. Required fields are marked *