ରାଶିଫଳ

ଜାଣନ୍ତୁ ରାଶିଫଳ…ଆଜି କେମିତି କଟିବ ଆପଣଙ୍କ ଦିନ ?

Spread the love

Ariesମେଷ-ଅଶ୍ୱନୀ- ସୁସ୍ୱାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ। କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଦ୍ୱିଜା- ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ। କୃତିକା- ବାଣିଜ୍ୟରେ ଉନ୍ନତି କରିବେ,କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ପାଇବେ। କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟରୁ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ।

ପ୍ରତିକାର – ଓଁ ହଂ ଅଂ ଅଙ୍ଗାରକାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

Taurusବୃଷ-କୃତିକା- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ। ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।ରୋହିଣୀ- ଶୃଙ୍ଖଳିତ କର୍ମ , ସନ୍ତୁଳିତ ଖାଦ୍ୟ .ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ। ମୃଗଶିରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ। ଅନ୍ୟ ମାନଙ୍କ କଥା ଶୁଣନ୍ତୁ , ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

Geminiମିଥୁନ-ମୃଗଶିରା- ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ।ଆଦ୍ରା-ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ। ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ । ପୁନର୍ବସୁ- ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି।

ପ୍ରତିକାର – ବୁଧ ଙ୍କର ମନ୍ତ୍ର “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

Cancerକର୍କଟ-ଉ,ଫଳଗୁନି- ଆଖିରେ ଯନ୍ତ୍ରଣା ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ।ହସ୍ତା- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।ଚିତ୍ରା- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

Leoସିଂହ-ମଘା- ପାରିବାରିକ ଅଶାନ୍ତି ଜନିତ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମ କରିବାରେ ସଫଳତା ପାଇବେ। ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ। ପୂ- ଫାଲ୍‌ଗୁନୀ- ତଥାପି ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ। ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ଉ- ଫାଲ୍‌ଗୁନୀ- ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ।

ପ୍ରତିକାର – ବିଷ୍ଣୁ ଙ୍କର ଉପାସନା କରିବ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୧

Libraତୁଳା-ଚିତ୍ରା- କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ସନ୍ତାନଙ୍କ ବିବାହ ସମସ୍ୟା ନେଇ ପରିବାରରେ ଦୁଶ୍ଚିନ୍ତା ବଢ଼ିପାରେ।ସ୍ୱାତୀ- ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେବ। ବ୍ୟକ୍ତି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ପାଇବେ। କଳା, ସଙ୍ଗୀତ, ସାହିତ୍ୟ ଚର୍ଚ୍ଚା, ସଭାସମିତି, ତର୍କ ବିତର୍କ ଆଲୋଚନାରେ ଭାଗ ନେଇ ପ୍ରଶଂସିତ ହେବେ।ବିଶାଖା- ବିଶେଷ ଖର୍ଚ୍ଚାନ୍ତ ହେବା କାରଣରୁ ମନ ଭଲ ରହି ନ ପାରେ। ସାଧାରଣ କଥାକୁ ନେଇ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ ।

ପ୍ରତିକାର – କିଛି ଦହି ମିଶ୍ରି ଓ ଅରୁଆ ଚାଉଳ ନେଇ ମନ୍ଦିରରେ ଦାନ ଦେଇଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

Scorpioବିଛା-ବିଶାଖା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ।ଅନୁରାଧା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।ଜ୍ୟେଷ୍ଠା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।

ପ୍ରତିକାର – ମା ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

Sagittariusଧନୁ-ମୂଳା- ବ୍ୟବସାୟ ସମ୍ପର୍କିତ ସମସ୍ୟା ମଧ୍ୟାହ୍ନରେ ଦୂର ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ଅବଲମ୍ବନ ପୂର୍ବକ କାମ କରିବା ଭଲ ହେବ। ବନ୍ଧୁଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।ପୂ, ଷାଢା- ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ବ୍ୟସ୍ତତା ବଢ଼ିଯିବ। ଅବହେଳିତ କାମ କିମ୍ବା ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ ।ଉ, ଷାଢା- ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ବିଶେଷ ଚିନ୍ତା କରିବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଥିବା ଆଶା ମନରେ ଦୁଃଖ ଦେଇପାରେ।

ପ୍ରତିକାର – ଓଁ ହ୍ରୀଂ କ୍ଳୀଂ ହଂ ବୃହସ୍ପତୟେ ନମଃ ମନ୍ତ୍ରକୁ ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Capricornମକର-ଉ,ଷାଢା- ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କାର୍ଯ୍ୟରେ ସଫଳତା ହାସଲ କରିପାରିବେ।ଶ୍ରବଣା- ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତିଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

Aquariusକୁମ୍ଭ-ଧନିଷ୍ଠା- ଏକାଧିକ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବ୍ୟବସାୟ କ୍ଷେତ୍ରରେ ଲାଭାଶଂ ବୃଦ୍ଧି ପାଇବ।ଶତଭିଷା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଜମିଜମା କାରବାର, ନିର୍ମାଣ, ପ୍ରଶାସନ, ଗଣଯୋଗାଯୋଗ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।ପୂ, ଭାଦ୍ରପଦ- ଯେତେ ପ୍ରତିବନ୍ଧକ ଆସିଲେ ମଧ୍ୟ ଦୃଢ଼ତାର ସହ କାମ ହାସଲରେ ସମର୍ଥ ହେବେ। ସଭାସମିତିରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର – କୋଇଲା ଖଣ୍ଡ ନେଇ କୌଣସି ଧର୍ମ ସ୍ଥାନରେ ଦେଇଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

Piscesମୀନ-ପୂ,ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।ଉ,ଭାଦ୍ରପଦ- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।ରେବତୀ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *