ଆଞ୍ଚଳିକ

ଭାରସାମ୍ୟ ହରାଇ ଓଲଟିଲା ଟୁରିଷ୍ଟ ବସ୍‌, ଗାଡିରେ ଥିଲେ ୫୦ରୁ ଅଧିକ ଯାତ୍ରୀ

Spread the love

ଓଲଟିଲା ଟୁରିଷ୍ଟ ବସ୍‌ । ଯେଉଁଥିରେ ୨୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ପଶ୍ଚିମବଙ୍ଗରୁ ପୁରୀ ଯାଉଥିଲା ବସ୍‌ । ଏହି ଟୁରିଷ୍ଟ ବସ୍‌ରେ ୫୦ରୁ ଅଧିକ ତୀର୍ଥଯାତ୍ରୀ ରହିଥିଲେ । ତେବେ ବସ୍‌ଟି ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ବସ୍‌ଟି ଭାରସାମ୍ୟ ହରାଇ ଓଲଟିପଡିଛି । ଯାହାଫଳରେ ବସ୍‌ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେପଟେ ଦୁର୍ଘଟଣା ପରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଭଣ୍ଡାରିପୋଖରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।

Leave a Reply

Your email address will not be published. Required fields are marked *