ରାଶିଫଳ
ମେଷ-ଅଙ୍ଗଦାନ ଲାଗି ଲୋକଙ୍କୁ କରାଯିବ ସଚେତନ। ଏଥିଲାଗି ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଟ୍ରାନ୍ସପ୍ଲାଣ୍ଟ ଚାଂପିଅନ୍ସ ଲିଗ୍। ଏଥିରେ ଅଙ୍ଗଦାତା ଏବଂ ଗ୍ରହିତା ସାମିଲ ହୋଇ ଲୋକଙ୍କୁ ଅଙ୍ଗଦାନ ସଂପର୍କରେ ସଚେତନ କରିବେ।ଅଶ୍ୱନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ। ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ।ଦ୍ୱିଜା- କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ବ୍ୟବସାୟ ବାଣିଜ୍ୟରେ ଲାଭର ମାତ୍ରା କମିଯିବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ । କୃତିକା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବୃଷ-କୃତିକା – ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ। ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।ରୋହିଣୀ –ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ। ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବ। ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ। ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ। ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ପ୍ରତିକାର – ମା କଟକଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମିଥୁନ-ମୃଗଶିରା- ବନ୍ଧୁ , ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରିବେ । ଦୂର ଯାତ୍ରାରେ କଷ୍ଟ ଅନୁଭବ କରିବେ।ଆଦ୍ରା- ବାଦବିଦାଦ, ଓ ସାକ୍ଷାତ୍କାରରେ ମନ ଖୁସି ହୋଇଯିବ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡି ପାରନ୍ତି।ପୁନର୍ବସୁ- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କର୍କଟ-ପୁନର୍ବସୁ – ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ। ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।ପୁଷ୍ୟା – ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅଶ୍ଳେଷା – ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସିଂହ-ମଘା- ଦୀର୍ଘ ଦିନରୁ ପ୍ରତୀକ୍ଷିତ କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଭାବ ବିଭୋର ହେବେ। କର୍ମକ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।ପୂ,ଫାଲଗୁନି- ଛାତ୍ରଛାତ୍ରୀ ମାନେ ପାଠପଢାରେ ବ୍ୟସ୍ତ ରହିବେ । ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲକା କରିବାରେ ସମର୍ଥନ ହେବେ।ଉ,ଫାଲଗୁନି- ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ । ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୧
କନ୍ୟା-ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ। ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ହସ୍ତା – ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୈାଣସି କାର୍ୟ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ଚିତ୍ରା – ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ ।
ପ୍ରତିକାର – ସର୍ବକାର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ତୁଳା-ଚିତ୍ରା- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ଜାଗା , ଜମି ଗୃହଉପକରଣ କ୍ରୟ କରିବେ। ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ।ସ୍ୱାତୀ- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ। ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।ବିଶାଖା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ। ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବିଛା-ବିଶାଖା – ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ। ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ। ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନୁ-ମୂଳା- ପୁରାତନ ରୋଗର ପୀଡା ବୃଦ୍ଧି ପାଇବ। ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତ୍ରୁ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।ପୂ,ଷାଢା- ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ।ଉ,ଷାଢା- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଅସଂଯତ କାର୍ୟ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମକର-ଉ , ଷାଢା – ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର୍ଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାଯ୍ୟ ପାଇବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ଶ୍ରବଣା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଧନିଷ୍ଠା – ଜମିଜମା କାରବାରରେ ଉପକୃତ ହେବେ । ସରକାରୀ ଚାକିରିଆ ମାନଙ୍କ ପାଇଁ ଭଲ ସୁଯୋଗ ଆସିପାରେ । ନିର୍ମାଣ କାର୍ୟ୍ୟରେ ଆଗେଇବେ, ଆଶା ବଢି ବଢି ଚାଲିବ
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ-ଧନିଷ୍ଠା- ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ। ଶତଭିଷା- ଶିଳ୍ପ, ବାଣିଜ୍ୟ-ବ୍ୟବସାୟରେ ଆଶାନୁରୂପକ ଫଳ ପାଇ ପାରନ୍ତି । ସହକର୍ମୀ ମାନେ ପରସ୍ପରକୁ ସାହାର୍ଯ୍ୟ ସହଯୋଗ କରି ଆଗକୁ ଯିବେ । ରାଜନିତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ । ପୂ,ଭାଦ୍ରପଦ- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । କଚେରି ମାମଲା ମନ୍ଥର ହୋଇପାରେ
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମୀନ-ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ। ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ।
ପ୍ରତିକାର – ଅଶ୍ୱଥ ଗଛକୁ ପୂଜା କରନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

