ରାଶିଫଳ
ମେଷ-ଅଶ୍ୱନୀ- ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ୱାରା ସମୟ ଆନନ୍ଦରେ କଟିବ। କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ । ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ । ଦ୍ୱିଜା- ବିଦ୍ୟାର୍ଥୀ ମାନେ କ୍ୟାରିୟର ପ୍ରତି ଚିନ୍ତିତ ହେବେ । ଅଫିସରେ ଫୋନ୍ ର ଉପଯୋଗ କମ୍ କରନ୍ତୁ । ଚାକିରିରେ ବେତନ ବୃଦ୍ଧିର ଯୋଗ ଅଛି । କୃତିକା- ନିକଟ ସମ୍ପର୍କୀୟ ମାନଙ୍କ କଳହରେ ଲିପ୍ତ ରହିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଲାଗିରହିବ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ।
ପ୍ରତିକାର- ଘରୁ ବାହାରିବା ସମୟରେ ଠାକୁରଙ୍କ ପାଖରେ ଦୀପଟିଏ ଜାଳନ୍ତୁ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବୃଷ-କୃତିକା- ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ବିଶେଷ କାମକୁ ପ୍ରଥମେ କରିବାକୁ ଚେଷ୍ଟା କରିବେ । ରୋହିଣୀ- ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ। ପିଲାମାନଙ୍କ ପାଠପଢାକୁ ନେଇ ଖୁସି ରହିବେ। ଯାନବାହନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଂଶସିତ ହେବେ। ମୃଗଶିରା- ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ପ୍ରତିକାର – ଶୁକ୍ରଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ମିଥୁନ-ମୃଗଶିରା- ଅନ୍ୟଦ୍ୱାରା ପରିଚାଳିତ ହୋଇ ସ୍ଥଗିତ କାମକୁ କରିଚାଲିବେ । ବ୍ୟବସାରେ କଠିନ ପରିଶ୍ରମ କରି ଲାଭ ପାଇବେ। ପରିବାରରେ ସ୍ଥିତି ଅନୁକୁଳ ରହିବ ।ଆଦ୍ରା- ଅଫିସରେ ବରିଷ୍ଠ ଅଧିକାରୀ ଆପଣଙ୍କ ପ୍ରଶଂସା କରିବେ । କାହାଠାରୁ ନେଇଥିବା ଧାର ଅର୍ଥ ଫେରସ୍ତ କରିବେ। କୌଣସି କାମରେ ବିରୋଧି ପରାମର୍ଶ ମାଗିବେ ।ପୁନର୍ବସୁ- ଗଣମାଧ୍ୟମ କର୍ମ ଚାରୀଙ୍କୁ ଭଲ ଲାଭ ମିଳିବ । ଧର୍ମ ଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ମନୋରଞ୍ଜନ କିମ୍ବା ସଭାସମିତିରେ ସଫଳତା ଅର୍ଜନ କରିବେ ।
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କର୍କଟ-ପୁନର୍ବସୁ- ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଶିକ୍ଷାକ୍ଷେତ୍ରରେ ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ପ୍ରଂଶସିତ ହେବେ ।ଅଶ୍ଳେଷା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ।
ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସିଂହ-ମଘା- କୌଶଳରେ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ । ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସମସ୍ୟା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ। ପୂ,ଫାଲଗୁନି- ରାଜନୈତିକ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଉ,ଫାଲଗୁନି- ବାହ୍ୟ ଗମନା ଗମନ ପ୍ରତି ସତର୍କ ରୁହନ୍ତୁ । ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
କନ୍ୟା-ମଘା- କୌଶଳରେ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ । ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସମସ୍ୟା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।ପୂ,ଫାଲଗୁନି- ରାଜନୈତିକ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଉ,ଫାଲଗୁନି- ବାହ୍ୟ ଗମନା ଗମନ ପ୍ରତି ସତର୍କ ରୁହନ୍ତୁ । ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ତୁଳା-ଚିତ୍ରା- ପ୍ରିୟ ବନ୍ଧୁଙ୍କଠାରୁ ସାହାଯ୍ୟ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ୟ୍ୟ ସାଧନ କରିବେ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ସ୍ୱାତୀ- କାମ ସମ୍ପର୍କିତ ଉଦ୍ୟମରେ ଆପଣ ସଫଳ ହେବେ ।ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଶିକ୍ଷା ସମ୍ପର୍କିତ ସମସ୍ୟା ମାସିକ ସ୍ଥିତିକୁ ବିଷାଦିତ କରି ରଖିବ। ବିଶାଖା- ବାସସ୍ଥାନ ବା ଯାନବାହାନର ନବୀକରଣ କରିବା ପାଇଁ ସୁବିଧା ସୁଯୋଗ ପାଇବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଅଚାନକ ଧନ ଲାଭ ହେବ ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବିଛା-ବିଶାଖା- ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପ୍ରେମ ଜୀବନ ଭଲ ରହିବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ। ଚାକିରିରେ କ୍ରୋଧର ବଶବର୍ତ୍ତୀ ହୁଅନ୍ତୁ ନାହିଁ । ଅନୁରାଧା- ସମାଜରେ ଆପଣଙ୍କ ମାନ ସମ୍ମାନ ବଢିବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ରାଜନୀତିରେ କିଛି ସମସ୍ୟା ଆପଣଙ୍କୁ ବିଚଳିତ କରିପାରେ।ଜ୍ୟୋଷ୍ଠା- ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ଉଚ୍ଚମନା ରହିବେ । ମନୋରଞନ କାର୍ୟ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।
ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନୁ-ମୂଳା- ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । କର୍ମ କ୍ଷେତ୍ରରେ ନ୍ୟାୟ ମିଳିବା ସହ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ଜୀବନସାଥୀ ସହିତ ବାହାରକୁ ବୁଲିଯିବେ । ପୂ,ଷାଢା- ଜୀବନ ସାଥୀର ପ୍ରେମ ଓ ସୁଖ ପାଇବେ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ୱାରା ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ସନ୍ତାନ ପକ୍ଷରୁ ସୁଖଦ ଖବର ପାଇବେ ।
ଉ,ଷାଢା- ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢ଼ାଇ ଦେଇପାରେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।
ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମକର-ଉ, ଷାଢା- ଧନ ପ୍ରାପ୍ତିର ଯୋଗ ଓ ବ୍ୟବସାୟରେ ଉନ୍ନତି ରହିବ । ସାମୟିକ ଦେହପିଡା, ଓ ବନ୍ଧୁ ବିୟୋଗ ଦେଖାଦେବ । କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ ଓ କାର୍ୟ୍ୟ ବ୍ୟସ୍ତତା ଯୋଗୁଁ ହଇରାଣ ହୋଇ ପାରନ୍ତି । ଶ୍ରବଣା- ଆର୍ଥିକ ଲାଭ ତଥା ଭୂମି, ସୁନା ଆଦି ଲାଭ କରିବେ । ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ବନ୍ଧୁ ପରିଜନଙ୍କ ଠାରୁ ପ୍ରଶଂସିତ ହେବେ ।
ଧନିଷ୍ଠା- ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଚାକିରି କ୍ଷେତ୍ରରେ କୁ ଚକ୍ରାନ୍ତ ବଶବର୍ତୀ ହୋଇ କ୍ଷୋଭ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ।
ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ-ଧନିଷ୍ଠା- ପୂର୍ବର ପାରିବାରିକ ମତଭେଦ ଦୂର ହେବ । ଜୀବନସାଥୀ ସହିତ ସମ୍ବନ୍ଧରେ ମଧୁରତା ବଢିବ । ସହଜ ସରଳରେ କର୍ମରେ ନିଯୁକ୍ତି ପାଇବେ । ଶତଭିଷା- ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନଥିବା କାମକୁ କରିପାରିବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ବିଦ୍ୟା ଅଧ୍ୟୟନ ସମ୍ବନ୍ଧିତ ଶୁଭ ସମାଚାର ପ୍ରାପ୍ତି ହେବ । ପୂ,ଭାଦ୍ରପଦ- ଲେଖକଙ୍କ କୌଣସି ନୂତନ ପୁସ୍ତକ ପ୍ରକାଶ ହେବ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିବେ । ଋଣ ଭାରରେ ଅତିଷ୍ଠ ହେବା କାରଣରୁ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ ।
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମୀନ-ପୂ, ଭାଦ୍ରପଦ- ଭାଗ୍ୟ ଉଦ୍ୟୋଗି ହେବା ସହିତ, ବ୍ୟବସାୟ – ବାଣିଜ୍ୟରେ ଲାଭ ମିଳିବ । ପରିବାରରେ ସୁଖ – ପ୍ରୀତି ବୃଦ୍ଧି ପାଇବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଧର୍ମ ଭାବନାରୁ ମନ ଦୂରେଇବେ। ଉ, ଭାଦ୍ରପଦ- ପଢାପଢିରେ ସର୍ମ୍ପୂର୍ଣ୍ଣ ଅବହେଳା କରିବେ । ଉପରିସ୍ଥ କର୍ମଚାରିଙ୍କ ନେତୃତରେ କାର୍ୟ୍ୟ ସମ୍ପାଦନା କରିବେ । ବନ୍ଧୁ ମିଳନ ହୋଇପାରେ । ଆର୍ଥିକ ଲାଭ ସହିତ ସମ୍ପତି ବୃଦ୍ଧି ହେବ ।ରେବତୀ- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ
ପ୍ରତିକାର – ବୃହସ୍ପତିଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

