ରାଶିଫଳ

ରାଶିଫଳ

Spread the love

ମେଷ-ଅଶ୍ୱନୀ- ଅତୀତ କଥା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। ଅସଜଡା ପାରିବାରିକ ପରିସ୍ଥିତି ସହ କର୍ମକ୍ଷେତ୍ରରେ କଳହ ଲାଗିରହିପାରେ। ବ୍ୟବସାୟରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି।ଦ୍ୱିଜା- ପରକଥାରେ ପଡି ଭୁଲ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅପୂରଣୀୟ ଆଶା ମନରେ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତି ରହିବେ। ଆମଦାନୀ କାରବାର କ୍ଷେତ୍ରରେ ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ।କୃତିକା- ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି । ସୁବିଧା ସୁଯୋଗ ହାସଲ କରି କାମ କରିବା ପାଇଁ ବ୍ୟସ୍ତ ହୋଇପଡିବେ ।

ପ୍ରତିକାର – ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ବୃଷ-କୃତିକା- ମାନସିକ ଦୁଶ୍ଚିନ୍ତା ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ।ରୋହିଣୀ- ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ।ମୃଗଶିରା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ମିଥୁନ-ମୃଗଶିରା-ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଆଦ୍ରା- କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପଦସ୍ଥ ବ୍ୟକ୍ତିବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।ପୁନର୍ବସୁ- ପରିବହନରେ ଲାଭବାନ ହେବା ସହିତ ନିଜ ପରିସରରେ ପ୍ରତିଷ୍ଠିତ ହେବେ । ମହିଳା ମାନଙ୍କର ଖ୍ୟାତି ବୃଦ୍ଧି ପାଇବ । ଛାତ୍ରଛାତ୍ରି ମାନେ ସୁନାମ ଅର୍ଜନ କରିବା ସହିତ ସବୁ ପ୍ରକାର ସୁବିଧା ପାଇବେ ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

କର୍କଟ-ପୁନର୍ବସୁ- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ। ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ପୁଷ୍ୟା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ଅଶ୍ଲେଷା-ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୨

ସିଂହ-ମଘା- ବ୍ୟବସାୟୀ କୌଣସି ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି । ଦାମ୍ପତ୍ୟ ଜିବନରେ ପ୍ରେମ ରହିବ । ପରସ୍ପର ସହ ଅଧିକ ସମୟ ବିତାଇବା ପାଇଁ ଚେଷ୍ଟା କରନ୍ତୁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।ପୂ,ଫାଲଗୁନି- ରାଜନୀତିରେ ଶତୃମାନେ ମିତ୍ର ଭାବର ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିପାରନ୍ତି । ଛାତ୍ରଛାତ୍ରୀ ମାନେ ବିଦ୍ୟାରେ ମନଯୋଗଦେଇ ଅଧୁରା କାର୍ଯ୍ୟ ପୁରା କରିବେ ।ଉ,ଫାଲଗୁନି- ସମାଜ ସେବାରେ ନିଜର ରୁଚି ରଖିବେ । ନୂତନ ଜମିଜମା କିଣି ପାରନ୍ତି । ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ । ରାସ୍ତା ଘାଟ ରେ ସତର୍କତା ସହ ଯାତାୟତ କରନ୍ତୁ ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୧

କନ୍ୟା-ଉ,ଫଳଗୁନି- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ହସ୍ତା- ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।ଚିତ୍ରା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

ତୁଳା-ଚିତ୍ରା- ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ । ବ୍ୟବସାୟୀମାନେ ବିତର୍କରୁ ଦୂରେଇ ରୁହନ୍ତୁ ନଚେତ୍ କ୍ଷତି ସହିବା ପାଇଁ ପଡିପାରେ । ନିଜ ସାଥୀଙ୍କ ସହ ଅଧିକ ସମୟ ଅତିବାହିତ କରିବାର ସୁଯୋଗ ପାଇବେ ।ସ୍ୱାତୀ- ଅଧିକାଂଶ ସମୟ ମନ ଅସ୍ଥିର ରହିବ । ଛୋଟ ଛୋଟ କଥାକୁ ନେଇ ଅନ୍ୟମାନଙ୍କ ସହ କଳହ କରିପାରନ୍ତି। ବିବାଦୀୟ ଘଟଣାଟି ଆଲୋଚନା ଦ୍ୱାରା ସମାଧାନ ହୋଇଯିବ।ବିଶାଖା- ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ । ଆମଦାନୀ କାରବାର କ୍ଷେତ୍ର ବେଶ୍ ଭଲ ରହିବ। କର୍ମକ୍ଷେତ୍ରରେ ପ୍ରାୟୋଜିତ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ବିଛା-ବିଶାଖା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ। ଅନୁରାଧା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରୀ ମାନେ ପଢାରେ ସହଯୋଗ ପାଇବେ। ଜ୍ୟେଷ୍ଠା- ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ଧନୁ-ମୂଳା- ସହକର୍ମୀଙ୍କ ସହ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ମନକୁ ଭାରାକ୍ରାନ୍ତ କରିବ। ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂ,ଷାଢା- ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ। ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଉ,ଷାଢା- ଆର୍ଥିକ ସ୍ଥିତି ପୂର୍ବପରି ରହିବ କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି। ପରିବାରରେ ଜମିଜମା ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। କାମ ହାସଲ ସକାଶେ ଧ୍ୟୈର‌୍ୟ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ।

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ମକର-ଉ,ଷାଢା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।ଶ୍ରବଣା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ। ଧନିଷ୍ଠା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

କୁମ୍ଭ-ଧନିଷ୍ଠା-ବ୍ୟବସାୟିକ, ସାମାଜିକ, ଅଭିବୃଦ୍ଧି କ୍ରମଶଃ ବୃଦ୍ଧି ପାଇବାରୁ ସାମୟିକ ଖୁସି ରହିବେ। ବହୁତ ଦିନରୁ ଅପେକ୍ଷା କରିଥିବା ସୁଯୋଗ ଆଜି ପାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ଶତଭିଷା- କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ। ଈର୍ଷାପରାୟଣ ନିଜ ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି। ରାଜନୀତିରେ, ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପୂ,ଭାଦ୍ରପଦ- ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବାଦବିବାଦ କ୍ରମେ ଜଟିଳ ହୋଇପାରେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର‌୍ୟ୍ୟ ହାସଲ କରିବେ। ଈର୍ଷାପରାୟଣ ଶତ୍ରୁମାନଙ୍କର ସମସ୍ୟା ସୃଷ୍ଟି ମନକୁ ଭାରାକ୍ରାନ୍ତ କରିପାରେ

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

ମୀନ-ପୂ,ଭାଦ୍ରପଦ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ଶାରୀରିକ କଷ୍ଟ ଭୋଗିପାରନ୍ତି ।ଉ,ଭାଦ୍ରପଦ- ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ରେବତୀ- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *