ପାଣିପାଗ

ସୃଷ୍ଟି ହେଲା ଲଘୁଚାପ, ୩‌୬ ଘଣ୍ଟାରେ ଅବପାତ

Spread the love

ଆରବ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା କ୍ରମଶଃ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏପରି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।  ଏହା ଘନୀଭୂତ ହୋଇ  ଉତ୍ତର ଦିଗରେ  ଗତି କରିବ। ପରେ ଏହା  ୩‌୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ।

ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇଥିବା ଜଣାଯାଇଛି।

ତେବେ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ କି ନାହିଁ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ ।  ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ଥିବାବେଳେ କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି।

ଅନ୍ୟପପକ୍ଷରେ ଏଥର ଆଗୁଆ କେରଳ ଛୁଇଁପାରେ ମୌସୁମୀ ବାୟୁ । ବର୍ତ୍ତମାନ ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ଥିବା ଜଣାପଡିଛି । ସାଧାରଣତଃ ମୌସୁମୀ ବାୟୁ ଜୁନ ପ୍ରଥମ ସପ୍ତାହରେ କେରଳ ଛୁଇଁଥାଏ । ତେବେ ଏଥର ମେ ଶେଷ ସପ୍ତାହ ସୁଦ୍ଧା ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଉଛି ।

Leave a Reply

Your email address will not be published. Required fields are marked *