ସ୍ପଷ୍ଟ ଚିହ୍ନିତ ହେଲା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଭିତରେ ଅବପାତର ନେବ ରୂପ
ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଆକଳନ କରାଯାଇଛି।ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଅଧିକ ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ଆରବ ସାଗର ସଂଲଗ୍ନ ଦକ୍ଷିଣ କୋଙ୍କଣ ଅଞ୍ଚଳସ୍ଥ ସମୁଦ୍ର ମଧ୍ୟରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚପ କ୍ଷେତ୍ରରେ ପଣିତ ହୋଇଛି । ଏହା ଉତ୍ତର ଆଡ଼କୁ ଗତି କରିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସମ୍ଭାବନା ରହିଛି ।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୬ ଦିନ ଯାଏ ସାରା ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ। ଆଗାମୀ କିଛି ଘଣ୍ଟାରେ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ଅନୁମାନ କରାଯାଉଛି। ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି।
ଅନ୍ୟ ପକ୍ଷରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

