ରାଶିଫଳ

ରାଶିଫଳ

Spread the love

ମେଷ-ଅଶ୍ୱନୀ- ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ । ବନ୍ଧୁମାନଙ୍କୁ ଆପଣେଇ ନେଇ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ପରିଜନ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି। ଦ୍ୱିଜା- ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।କୃତିକା- ପରିବହନରେ ସମସ୍ୟା ଦେଖାଦେବା କାରଣରୁ ବ୍ୟସ୍ତ ହୋଇପାରନ୍ତି । ନୂତନ ଜାଗା ଜମି କ୍ରୟ କରିପାରନ୍ତି । ଧାର୍ମିକ କାର‌୍ୟ୍ୟରେ ମନ ଲାଗିବ ।

ପ୍ରତିକାର – କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ବୃଷ-କୃତିକା – ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ମିଥୁନ-ମୃଗଶିରା- ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ । ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ।ଆଦ୍ରା- ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ରାଜନୀତିରେ ଶତ୍ରୁ ମାନେ ବେଖାତିର କରିବେ ।

ପୁନର୍ବସୁ- ସାମାଜିକ ସ୍ତରରେ ଜନମଙ୍ଗଳ କାର‌୍ୟ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଜମିଜମା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।

 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

କର୍କଟ-ପୁନର୍ବସୁ – ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିଯିବ । ପୁଷ୍ୟା – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଅଫିସରେ ସବୁକାମ ସମ୍ଭାଳି ନେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅଶ୍ଳେଷା – ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଗୁରୁତ୍ୱର ହେବ ନାହିଁ । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୨

ସିଂହ-ମଘା- ଘରେ ଅନେକ ସମୟରେ ଅଶାନ୍ତି ଲାଗିରହିବ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଘଟିବ । ଚାଲୁ ରହିଥିବା କୌଣସି ବ୍ୟବସାୟକୁ ବନ୍ଦ କରିବାକୁ ଚେଷ୍ଟା କରିବେ । ପିଲାମାନଙ୍କର ଅବାଧ୍ୟତା ଆପଣଙ୍କୁ ବ୍ୟଥିତ କରିବ । ପୂ,ଫାଲଗୁନି- ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ଚତୁରତା ହେତୁ ବିଗିଡିଥିବା କର୍ମ କୁ ସଜାଡି ପାରିବେ । ବିଦ୍ୟାରେ ଉନ୍ନତି କରିବେ । ଉ,ଫାଲଗୁନି- ଆଧ୍ୟାତ୍ମିକ ଦିଗ ରେ ଅଧିକ ସମୟ ମନୋନିବେଷ କରିବେ । ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି ।

ପ୍ରତିକାର – ଘରର ବଡ ଲୋକ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୧

କନ୍ୟା-ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ। ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି ।ହସ୍ତା – ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।ଚିତ୍ରା – କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

ତୁଳା-ଚିତ୍ରା- ବାକି ପଡିଥିବା ଅର୍ଥକୁ ପାଇବେ । ନିଜର ଖର୍ଚ୍ଚକୁ ନିୟନ୍ତ୍ରଣରେ ରଖିବେ । କର୍ମ କ୍ଷେତ୍ରରେ ନିଜର ମାନ ସମ୍ମାନ ବୃଦ୍ଧି ପାଇବ । ପ୍ରେମିକା ପ୍ରେମିକ ମାନେ ନିକଟତା ହୋଇପାରନ୍ତି । ସ୍ୱାତୀ-ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି।ବିଶାଖା- ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ।

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ବିଛା-ବିଶାଖା – ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ ।ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ ।ଜ୍ୟେଷ୍ଠା – କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ଧନୁ-ମୂଳା- ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମୀଖ ସଭାସମିତିରେ ସମ୍ମାନିତ ହେବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।ପୂ,ଷାଢା- ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ । ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କୌଣସି ଜନକଲ୍ୟାଣ ସଂସ୍ଥାରେ ଉଚ୍ଚପଦପଦବୀ ମିଳିପାରେ।ଉ,ଷାଢା- ମହିଳା ମାନେ ସ୍ୱାବଲମ୍ବୀ ହେବେ । ଭାଇ ଭଉଣୀଙ୍କ ସହିତ ସମ୍ପର୍କ ସୁଧାର ଆସିବ । ନିଜର ଜମିବାଡି ବିକ୍ରୟ କରି ପାଇଥିବା ଅର୍ଥ କୁ ଅନ୍ୟ କୌଣସି ସଂସ୍ଥାରେ ନିବେଶ କରିପାରନ୍ତି ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

ମକର-ଉ , ଷାଢା – ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ ।ଶ୍ରବଣା – ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।ଧନିଷ୍ଠା – ପିତାମାତାଙ୍କ ଓ ସହଯୋଗ ପାଇବେ । କୋର୍ଟର ଶୁଣାଳୀରେ ମନ ଆନନ୍ଦିତ ରହିବ । ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ ।

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

କୁମ୍ଭ-ଧନିଷ୍ଠା- ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ସାଧାରଣ କଥାକୁ କେନ୍ଦ୍ରକରି ପ୍ରିୟଜନମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିବେ।ଶତଭିଷା- କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲେକ୍ଷ୍ମୀ କୃପା ପ୍ରାପ୍ତି ହେବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି।ପୂ,ଭାଦ୍ରପଦ- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରିଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

ମୀନ-ପୂ , ଭାଦ୍ରପଦ – ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହି। କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ପର‌୍ୟ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି ।ଉ , ଭଦ୍ରପଦ – ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାଯ୍ୟ ପାଇବେ । ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *