ରାଶିଫଳ

ରାଶିଫଳ

Spread the love

ମେଷ-ଅଶ୍ୱନୀ – ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ। ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ। ଶୁଣା କଥାକୁ ବିଶ୍ୱାସ କରିଲେ ଅସୁବିଧାରେ ପଡିପାରନ୍ତି। ଦ୍ୱିଜା – ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ। ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । କୃତିକା – ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବ। ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନବାହନ,ସଭସମିତି,ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।

ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ବୃଷ-କୃତିକା- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ।ରୋହିଣୀ- ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ।ମୃଗଶିରା- ମହିଳା ମାନେ ଅନ୍ୟକୁ ସାହାର‌୍ୟ୍ୟ କରିବେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ମିଥୁନ-ମୃଗଶିରା – ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।ଆଦ୍ରା – ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ପୁନର୍ବସୁ – ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ଭୂ-ସମ୍ପତି କିଣିବାର ଯୋଗ ରହିଛି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର ସୁଯୋଗ ରହିଛି ।

ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

କର୍କଟ-ପୁନର୍ବସୁ- ପ୍ରେମ ସମ୍ପର୍କ ଭଲ ରହିବ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ପୁଷ୍ୟା- ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଅଶ୍ଲେଷା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ।

ପ୍ରତିକାର – ମାଛଙ୍କୁ ଖାଦ୍ୟ ଦିଅନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୨

ସିଂହ-ମଘା – ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ। ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ କ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ।ପୂ , ଫାଲଗୁନୀ – ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସି୍ଥରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇ ପାରନ୍ତି।ଉ ,ଫାଲଗୁନୀ – ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କ୍ରିଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୧

କନ୍ୟା-ଉ,ଫଳଗୁନି- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ।ହସ୍ତା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ଚିତ୍ରା- କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ। ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି

ପ୍ରତିକାର – ସର୍ବକାର୍ଯ୍ୟସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

ତୁଳା-ଚିତ୍ରା – ଫେରିବା ବାଟରେ ବନ୍ଧୁଙ୍କ ସହିତ ମତାନ୍ତର ରହିବ। ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତାମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ। ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।ସ୍ୱାତୀ – ଛାତ୍ରଛାତ୍ରୀ ମାନେ ପଢାରେ ଭଲ ସଫଳତା ଆଣିବେ। ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ବିଶାଖା – ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ବିଛା-ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ। କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ। ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ। ଅନୁରାଧା- ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ। ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ଜ୍ୟେଷ୍ଠା- ପିତୃପୁରୁଷଙ୍କ ସମ୍ପତ୍ତିରେ ବ୍ୟବସାୟ ଲାଭଜନକ ହୋଇପାରେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ଧନୁ-ମୂଳା – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ। ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ। ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ।

ପୂ , ଷାଢା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ। ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ। ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ।ଉ , ଷାଢା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ଆଜ୍ଞା ପାଳନ କରିବେ । ମାଲିକମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ ।

ପ୍ରତିକାର – ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବଙ୍କୁ ଜଳ ଅର୍ପଣ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

ମକର-ଉ,ଷାଢା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ। ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ। ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ । ଶ୍ରବଣା- ଶିକ୍ଷାତ୍ରୀମାନେ କିଛି ପରିମାଣରେ ଶୁଭଫଳ ପାଇବେ। ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ। ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ଧନିଷ୍ଠା- ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା,ସାହିତ୍ୟ ପ୍ରତି ଆଗ୍ରହ ବଢିବ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

କୁମ୍ଭ-ଧନିଷ୍ଠା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।ଶତଭିଷା – ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ। ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।ପୂ , ଭାଦ୍ରପଦ – ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

ମୀନ-ପୂ,ଭାଦ୍ରପଦ- ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ। ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ। ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ। ଉ,ଭାଦ୍ରପଦ- ଗମ୍ଭିରତାର ସହ ଉଦ୍ୟମ କରନ୍ତୁ ସଫଳତା ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ। ରେବତୀ- ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ

ପ୍ରତିକାର- “ଓଁ ବୁଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପାଠ କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *