ରାଶିଫଳ

ରାଶିଫଳ

Spread the love

ମେଷ-ଅଶ୍ୱନୀ- ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି । ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ।ଦ୍ୱିଜା- ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ। କୃତିକା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ। ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି।

ପ୍ରତିକାର- ଶ୍ରୀ ହନୁମାନଙ୍କ ପାଖରେ ପେଡା ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ବୃଷ-କୃତିକା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।ରୋହିଣୀ- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ସଭା ସମିତି ପ୍ରଭୁତିରୁ ଆଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।ମୃଗଶିରା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।

ପ୍ରତିକାର – ମା କଟକଚଣ୍ଡୀଙ୍କ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ମିଥୁନ-ମୃଗଶିରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ହାଡ ଜନିତ ସମସ୍ୟା ଦେଖାଦେଇପାରେ । କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତ୍ତା କରିବେ।ଆଦ୍ରା- ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ।ପୁନର୍ବସୁ- ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ ।

ପ୍ରତିକାର- ଗୋଟାମୁଗ କୈାଣସି ଗ୍ରହବିପ୍ରଙ୍କୁ ଦାନ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

କର୍କଟ-ପୁନର୍ବସୁ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେପୁଷ୍ୟା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।ଅଶ୍ଲେଷା- ବିଦ୍ୟାର୍ଥୀ ମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୨

ସିଂହ-ମଘା- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର୍ଯ୍ୟ କରିପାରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ । ଚାକିରି କ୍ଷେତ୍ରରେ ବୃଦ୍ଧି ବିଦ୍ୟାର ଉତ୍ତମ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ।ପୂ,ଫାଲଗୁନି- ପରିବାର ସଦସ୍ୟଙ୍କ ସହିତ ଏକ ତୀର୍ଥ ସ୍ଥାନକୁ ବୁଲିବା ପାଇଁ ଯିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଚାକିରିରେ ଅପଦସ୍ତ ହୋଇପାରନ୍ତି। ଉ,ଫାଲଗୁନି- ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳା ମାନଙ୍କୁ କୈାଣସି ବ୍ୟକ୍ତିଙ୍କ ସହୟତା ମିଳିବ । ନୂତନ ଯାନ ବାହନ କ୍ରୟ କରିବାର ଯଥେଷ୍ଟ ସମ୍ଭାବନା ରହିଛି।

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୧

କନ୍ୟା-ଉ,ଫଳଗୁନି- ବେପାର ବୃତ୍ତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି।ହସ୍ତା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ।ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି। ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

ତୁଳା-ଚିତ୍ରା- ଶାରୀରିକ କ୍ଲାନ୍ତି ଦୂର ହେବ ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ। ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। ସ୍ୱାତୀ- ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ। ବିଶାଖା- ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ।

ପ୍ରତିକାର- କୈାଣସି ଅସାହାୟ ବା ଗରିବ ସ୍ତ୍ରୀ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ବିଛା-ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।ଅନୁରାଧା- ପୁରାତନ ରୋଗରୁ ଉପସମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ। ଜୀବନରେ ଉନ୍ନତି ସୂଚିତ ହେବ ।ଜ୍ୟେଷ୍ଠା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ଧନୁ-ମୂଳା-ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ।ପୂ,ଷାଢା- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ।ଉ,ଷାଢା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ।

ପ୍ରତିକାର- ଶ୍ରୀ ହରିଙ୍କର ପୂଜାର୍ଚ୍ଚନା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

ମକର-ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ । ବ୍ୟବସାୟରେ ଆଶାତୀତ ଲାଭକରି ଖୁସି ହେବେ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର,ସମ୍ମାନ ଓ ପ୍ରଶଂସା ପାଇବେ ।ଶ୍ରବଣା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।ଧନିଷ୍ଠା- ସାମାଜିକ ସ୍ତରରେ ସମ୍ବର୍ଦ୍ଧିତ ହୋଇପାରନ୍ତି । ପ୍ରଶାସନ, ଆଇନ, କଳା, ସାହିତ୍ୟରେ ଉନ୍ନତି କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

କୁମ୍ଭ-ଧନିଷ୍ଠା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷପ ନେବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଶତଭିଷା- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ପରିବାରରେ କିପରି ତିକ୍ତତା ନ ଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି।ପୂ,ଭାଦ୍ରପଦ-ନିଜ ପାଇଁ କିଛି ବାସୋପଯୋଗି ଭୂମି ବା ଘର କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ।

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

ମୀନ-ପୂ,ଭାଦ୍ରପଦ- ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାର୍ଶୀବାଦ ପ୍ରାପ୍ତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ଯିବେ । ଉ,ଭାଦ୍ରପଦ- ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ। ରେବତୀ- ପୈତୃକ ସମ୍ପତି ପାଇଁ ଲାଗିରହିଥିବା ସମସ୍ୟାରୁ ମୁକ୍ତ ହେବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *