ରାଶିଫଳ
ମେଷ-ଅଶ୍ୱନୀ- ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ।ଦ୍ୱିଜା- କ୍ୟାରିୟରରେ ଭଲ ଫଳାଫଳ ପାଇବେ । ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଘର କାମରେ ବ୍ୟସ୍ତ ଯୋଗୁଁ , ଅଫିସ ଯିବାରେ ବିଳମ୍ବ ହୋଇପାରେ।କୃତିକା- ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ଜମିବାଡିର ସବୁ କାଗଜ ଦାୟିତ୍ୱରେ ରଖନ୍ତୁ।
ପ୍ରତିକାର – ନୃସିଂହ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ବୃଷ-କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ । ରାଜନୀତିରେ ବରିଷ୍ଠ ବ୍ୟକ୍ତିଙ୍କ ସହିତ ସୁମ୍ପର୍କ ସ୍ଥାପନ ହେବ ।ମୃଗଶିରା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର୍ୟ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କର୍କଟ-ପୁନର୍ବସୁ- ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାର୍ଶୀବାଦ ପ୍ରାପ୍ତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ଯିବେ । ପୁଷ୍ୟା- ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଅଶ୍ଳେଷା- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨
ସିଂହ-ମଘା- ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ବନ୍ଧୁ ମିତ୍ରଙ୍କ ସହ ହସ ଖୁସିର ବାତାବରଣ ସୃଷ୍ଟି ହେବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ୟ୍ୟ କରିବେ । ପ୍ରେମିକା ସହିତ ବାହାରକୁ ବୁଲି ଯାଇ ପାରନ୍ତି।ପୂ- ଫାଲ୍ଗୁନୀ- ବ୍ୟବସାୟରେ ଦୂରସ୍ଥାନକୁ ଯାତ୍ରା କରିବା ଦ୍ୱାରା ବହୁତ ଲାଭ ମିଳିବ ଓ ଧନ ପ୍ରାପ୍ତି ହେବ । ର।ଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବେ । ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ।ଉ- ଫାଲ୍ଗୁନୀ- ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ । ମାଲିମକନ୍ଦମାରେ ଆପଷ ସମାଧାନର ରାସ୍ତା ଖୋଲିଯିବ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ।
ପ୍ରତିକାର – ବାହାରକୁ ଯିବା ସମୟରେ ଟିକେ ଦହି ଖାଇ ବାହାରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
କନ୍ୟା-ଉ- ଫାଲ୍ଗୁନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ। ହସ୍ତା- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ଚିତ୍ରା- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ ।
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ତୁଳା-ଚିତ୍ରା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ। ସ୍ୱାତୀ- ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ । ସମାଜ ସେବାରେ ମନ ବଳାଇବେ। ବିଶାଖା- ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ନୂତନ ଯାନବାହନ କ୍ରୟ କରିବାରେ ଆଗ୍ରହି ହେବେ । ଭୂମି ଲାଭର ସୂଚନା ମିଳିବ।
ପ୍ରତିକାର – ଭାର୍ଗବିଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ବିଛା-ବିଶାଖା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ।ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି।
ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଧନୁ-ମୂଳା- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିବେ । ଚାକିରି କ୍ଷେତ୍ରରେ ଶ୍ରମ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ। ପୂ, ଷାଢା- କାରବାରରେ ପୁଞି ଲଗାଇବା ପୂର୍ବରୁ ବଡଙ୍କ ସମ୍ମତି ନିଅନ୍ତୁ । ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ୟ୍ୟ ହେବେ । ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟରୁ ପ୍ରଂଶସିତ ହେବେ। ଉ, ଷାଢା- ଭୂ-ସମ୍ପତି କିଣିବା ଯୋଗ ରହିଛି । ମହିଳା ମାନେ କାହାରି କଥାରେ ଦଖଲ ଦିଅନ୍ତୁ ନାହିଁ । କୈାଣସି ଅଜଣା ବ୍ୟକ୍ତି ସାହାର୍ୟ୍ୟର ହାତ ବଢାଇବେ । ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ଆସିବ।
ପ୍ରତିକାର – ଗରିବ ଲୋକଙ୍କୁ ବସ୍ତ୍ର ଦାନ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ମକର-ଉ, ଷାଢା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ ।ଶ୍ରବଣା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଆଜି କୈାଣସି ଆନୁଷ୍ଠାନିକ କାମରେ ନିୟ୍ୟେଜିତ ରହିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।ଧନିଷ୍ଠା- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ ।
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ-ଧନିଷ୍ଠା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ବ୍ୟବସାୟରେ ସର୍ତକତା ଅବଲମ୍ବନ କରିଲେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ଚାକିରି କ୍ଷେତ୍ରରେ କୁଚକ୍ରାନ୍ତ ବଶବର୍ତ୍ତୀ ହୋଇ କ୍ଷୋଭ କରିବେ। ଶତଭିଷା- ସାମ୍ବାଦିକ କ୍ଷେତ୍ରରେ କାର୍ୟ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି।ପୂ, ଭାଦ୍ରପଦ- ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ । ଅପ୍ରତ୍ୟାଶିତ ସଂମ୍ପତି ମିଳିବାର ସୂଚନା ଅଛି।
ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ମୀନ-ପୂ, ଭାଦ୍ରପଦ- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।ଉ, ଭାଦ୍ରପଦ- ପୁରାତନ ରୋଗରୁ ଉପସମ ପାଇବେ। ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି। ପଢାରେ ଅଧିକ ସମୟ ବିତାଇବେ। ଜୀବନରେ ଉନ୍ନତି ସୂଚିତ ହେବ।ରେବତୀ- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ।
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

