ରାଶିଫଳ

ରାଶିଫଳ

Spread the love

ମେଷ-ଅଶ୍ୱନୀ- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ । ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ। ଦ୍ୱିଜା- ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ। ବହୁଦିନରୁ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିପାରିବେ। ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ । ଆତ୍ମୀୟ ସୂଜନଙ୍କ ସାହାଯ୍ୟ ସହଯୋଗ ପାଇବେ ।କୃତିକା- ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆପଣଙ୍କ ସି୍ଥତି ବିପର‌୍ୟ୍ୟସ୍ତ ହୋଇପାରେ, ଏବଂ କୌଣସି ଅସ୍ୱାଭାବିକ ଘଟଣାରେ ସପୃକ୍ତ ରହିବେ।

ପ୍ରତିକାର – ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ବୃଷ-କୃତିକା- ପ୍ରେମ ବଢ଼ିବା ଏବଂ ପରସ୍ପର ପ୍ରତି ଉତ୍ସର୍ଗୀକୃତ ଭାବନା ସୃଷ୍ଟି ହେବ । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ରୋହିଣୀ- ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ। ମୃଗଶିରା- ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର‌୍ୟ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ । ମନ କଥା ମନରେ ରଖି କାମ ହାସଲ କରିବେ।

ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ମିଥୁନ-ମୃଗଶିରା- ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । କୈାଣସି ବଡ ଧରଣର ଯୋଜନା କାର୍ଯ୍ୟକାରୀ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ। ଆଦ୍ରା- ଦୂରଯାତ୍ରା,ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । ପାରିବାରିକ ସମସ୍ୟା ଘଟିଲେ ମଧ୍ୟ ଦୁଃସାହସିକ ପଦକ୍ଷପ ନେଇ ସମସ୍ୟାର ସମାଧାନ କରିବେ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ। ପୁନର୍ବସୁ- ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ଭଲ ରହିବ । ପିଲାମାନେ ପାଠ ପଢାରେ ଅଗ୍ରସର ହୋଇ ପାରନ୍ତି । ନୂତନ ଗୃହ ନିର୍ମାଣ କିମ୍ବା ଜମି କ୍ରୟ କରି ପାରନ୍ତି।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

କର୍କଟ-ପୁନର୍ବସୁ-ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ।ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରୁହନ୍ତୁ।ଅଶ୍ଲେଷା- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।

ପ୍ରତିକାର- ଶିବଙ୍କୁ ତାଙ୍କର ଚନ୍ଦ୍ରଶେଖର ଅବତାରରେ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୨

ସିଂହ-ମଘା- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଚାକିରିରେ କ୍ଷେତ୍ରରେ ଭଲ ଫଳ ପାଇବେ।ପୂ- ଫାଲ୍‌ଗୁନୀ- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ଋତ ହେବେ । ପ୍ରତିକୂଳ ପରିସ୍ଥିତି ମଧ୍ୟଦେଇ ମଧ୍ୟ ପାରିବାରିକ ଦାୟିତ୍ୱ ସୂଚାରୁପେ ତୁଳାଇବେ । ବନ୍ଧୁତା ସୂତ୍ରରେ ଆବଦ୍ଧ ରହି କର୍ତବ୍ୟରେ ତ୍ରୁଟି ରହିବ।ଉ- ଫାଲ୍‌ଗୁନୀ- ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ସୃଜନଶୀଳତା ଓ ଧର୍ମକାର‌୍ୟ୍ୟରେ ବାଧାପ୍ରାପ୍ତ ଦେଖାଦେବ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୨

କନ୍ୟା-ଉ,ଫଳଗୁନି- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ।\ହସ୍ତା- ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ ।ଚିତ୍ରା- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ।

ପ୍ରତିକାର- ବୁଦ୍ଧ ଦେବଙ୍କ ବୀଜ ମନ୍ତ୍ର ଜପ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

ତୁଳା-ଚିତ୍ରା- ବୈବାହିକ ଜୀବନରେ ମଧୟରତା ଆସିପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ।ସ୍ୱାତୀ- ରାଜନୀତିରେ ସଫଳତା ପାଇ ପାରନ୍ତି । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ବହୁ ସମସ୍ୟା ସତ୍ୱେ ଉନ୍ନତି ପରିଲକ୍ଷିତ ହେବ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ । ଉପସ୍ଥିତି ବୃଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିବେ।ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ବିଛା-ବିଶାଖା- ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ। ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ।ଅନୁରାଧା- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।ଜ୍ୟେଷ୍ଠା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି।

ପ୍ରତିକାର- ହନୁମାନ ଚାଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ଧନୁ-ମୂଳା- ପ୍ରେମ ଓ ସାଂସାରିକ ଜୀବନ ହସଖୁସିରେ କଟିବ । ନିଜ କାର୍ଯ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ ।ପୂର୍ବ ଯୋଜନା ଅନୁସାରେ କାମ କରିବେ । ବାକି ପଡିଥିବା ଅର୍ଥକୁ କୈଶଳରେ ଆଦାୟ କରିବାକୁ ସମର୍ଥ ହେବେ।ପୂ, ଷାଢା-ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ଅତ୍ୟଧିକ ଭାବପ୍ରବଣ ହୋଇ ଅସୁବିଧାରେ ପଡିପାରନ୍ତି।ଉ, ଷାଢା- ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ସାଂସାରିକ ସ୍ୱାଧିନତା ରହିବ । ଚାକିରିରେ ଆଶ୍ୱସ୍ତି ହୋଇପାରନ୍ତି । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

ମକର-ଉ,ଷାଢା- ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା ପାଇବେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । ଜୀବନ ସାଥିଙ୍କ ପାଖରେ ଅଧିକ ସମୟ ବିତାଇବେ ।ଶ୍ରବଣା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ।ଧନିଷ୍ଠା- ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ମନୋରଞ୍ଜନ କାର‌୍ୟ୍ୟକ୍ରମରେ ନିଜକୁ ସାମିଲ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ।

ପ୍ରତିକାର- ଶ୍ରୀ ଶନି ଚାଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

କୁମ୍ଭ-ଧନିଷ୍ଠା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତ୍ତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ।ଶତଭିଷା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ôଯତଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳା ମାନେ ଉତ୍ସାହିତ ରହିବେ।ପୂ, ଭାଦ୍ରପଦ- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

ମୀନ-ପୂ,ଭାଦ୍ରପଦ- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି। ଉ,ଭାଦ୍ରପଦ- ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ । ରେବତୀ- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ । ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ।

ପ୍ରତିକାର- ବ୍ରାହ୍ମଣକୁ ବସ୍ତ୍ର ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *