ଜିଲ୍ଲାodishaରାଜ୍ୟଶିକ୍ଷା

ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଦିନକ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି ଭଦ୍ରକରେ

Spread the love

ଭଦ୍ରକ: ଲଗାଣ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଦିନକ ପାଇଁ ସ୍କୁଲ ଛୁଟି କରାଯାଇଛି । ଭଦ୍ରକରେ ଦିନକ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ୩ଟି ବ୍ଲକରେ ଦିନକ ପାଇଁ ସ୍କୁଲ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଭଦ୍ରକ ଜିଲ୍ଲାପାଳ । ତିହିଡ଼ି, ଧାମନଗର ଓ ବାସୁଦେବପୁର ବ୍ଲକରେ ସ୍କୁଲ ଛୁଟି କରାଯାଇଛି । ବର୍ଷାରେ ସ୍କୁଲ ଯିବାରେ ଅସୁବିଧା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି |

ଅନ୍ୟପଟେ ଦକ୍ଷିଣ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳର ବାୟୁ ମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ଯାହାର ଉତ୍ତର ଆଭ୍ୟନ୍ତରଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଏ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *