ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ପୁଣି ଥରେ ହେବ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର : ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଖୁବଶୀଘ୍ର ହେବାକୁଯାଉଛି । ପ୍ରଶ୍ନପତ୍ର ଲିକ ଘଟଣାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । ଯେଉଁମାନେ ଏଥିରେ ଜଡିତ ଅଛନ୍ତି ଏବଂ କିଛି ଲୋକଙ୍କୁ ଗିରଫ କରାଯାଇଛି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । କ୍ୟୁଆର କୋଡ ଥିବା ସତ୍ତ୍ବେ ଏଭଳି ଘଟଣା ଘଟିଛି। ତେଣୁ ଏଦିଗ ଉପରେ ମଧ୍ୟ ଧ୍ୟାନ ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।
ଆଗକୁ କିପରି ଘଟଣାର ପୁନରାବୃତ୍ତି ନହେବ ସେଥିପାଇଁ ବିଭାଗ ସଜାଗ ଅଛି । ସ୍ୱଚ୍ଛତା ସହ ପରୀକ୍ଷା ହେବ ପାଇଁ ଯୋଜନା କରାଯାଉଛି। ପୁଣି ଥରେ ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ପାଇଁ ଚେଷ୍ଟା କରୁଛୁ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ।

