ଆଉ ଦିନକ ପରେ ଆରମ୍ଭ ହେବ ଲଗୁଚାପ !
ଦିନକ ପରେ ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଦିନକ ପରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା । ଆସନ୍ତା ୨୫ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।
ଆଜି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବିଜୁଳି, ଘଡ଼ଘଡ଼ି ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଏହା ପରେ ପାଗରେ ପରିବର୍ତ୍ତନ ହୋଇପାରେ ।

