ରାଶିଫଳ

ଆଜିର ରାଶିଫଳ !

Spread the love

ମେଷ :

ଅଶ୍ୱନୀ- ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜନର ବୃଦ୍ଧି ହେବ । କାର୍ଯ୍ୟ ପୂରଣରେ ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ ।

ଦ୍ୱିଜା- ଅଟକିଥିବା କାର୍ଯ୍ୟ ଚାଲୁ ହେବ । ବିଦ୍ୟାରେ ଉନ୍ନତି ହେବା ସହ ଆଶାଜନକ ଫଳ ପ୍ରାପ୍ତି ହେବ । କ୍ରୀଡ଼ା, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କୃତିକା- ରାଜନୈତିକ କ୍ଷେତ୍ରରେ ଉଚ୍ଚ ପ୍ରଂଶସିତ ହେବେ । ଜାଗା, ଜମି, ବାହନ ଆଦି କ୍ରୟ କରି ପାରିବେ । ଦୂର ଯାତ୍ରାର ସୁଯୋଗ ପାଇ ପାରନ୍ତି ।

ପ୍ରତିକାର- ଠାକୁରଙ୍କ ଚନ୍ଦନକୁ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ବୃଷ:

କୃତିକା- ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । କର୍ମ କରିବା ଶୈଳୀରେ ପରିବର୍ତ୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ ।

ରୋହିଣୀ- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ

ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍‌ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାର‌୍ୟ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।

 

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ମିଥୁନ:

ମୃଗଶିରା-ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣଧିନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂରହେବ । ବ୍ୟବସାୟ କ୍ଷେତ୍ରରେ କିଛି ନୂଆ କରିବାପାଇଁ ଚେଷ୍ଟା କରିପାରନ୍ତି ।

ଆଦ୍ରା- ଆର୍ଥିକ ଅନଟନ ଆଜିର ମୁଖ୍ୟ ସମସ୍ୟା ହେବା କାରଣରୁ ବିଶେଷ ଚିନ୍ତିତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସଭା ସମିତିର କଥା ଆପଣଙ୍କ ସପକ୍ଷରେ ଯିବ ।

ପୁନର୍ବସୁ- ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡ଼ିପାରେ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। ଆପଣଙ୍କ ସରଳତାର ସୁଯୋଗ ନେଇ ପଡୋଶୀ ମାନେ କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ ।

 

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

କର୍କଟ:

ପୁନର୍ବସୁ- ଦୈନଦିନ କାର୍ଯ୍ୟରେ ସଫଳତା ପାଇବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ ।

ପୁଷ୍ୟା- ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଅଶ୍ଲେଷା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

 

ପ୍ରତିକାର – ଧଳା କପଡାରେ କିଛି ଅରୁଆ ଚାଉଳ ଓ ମିଶିରେ ମିଶାଇ ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୨

ସିଂହ:

ମଘା- କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ଓ ସନ୍ତାନ ହେତୁକ ଗୈାରବ ବୃଦ୍ଧିର ପ୍ରତୀକ ହେବ। ତଥାପି ପାରିବାରିକ କ୍ଷେତ୍ର, ଆନୁଷ୍ଠାନିକ କାମ ସକାଶେ ପ୍ରତିକୁଳ ପରିସ୍ଥିତି ସୃଷ୍ଟିର ଆଶଙ୍କା ଦେଖା ଦେଇପାରେ।

ପୂ,ଫାଲଗୁନି- ବିଭିନ୍ନ ଦିଗରୁ ସାହାଯ୍ୟ ପାଇଲେ ମଧ୍ୟ ଆଜିର କାମ ଗୁଡିକ ସକାଶେ ହନ୍ତସନ୍ତ ହେବାକୁ ପଡିବ। ପରିସ୍ଥିତିରେ ପଡି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ ସକାଶେ ବହୁତ ଅର୍ଥବ୍ୟୟର ସମ୍ଭାବନା ରହିଛି।

ଉ,ଫାଲଗୁନି-ପଢାପଢିରେ ମନେଯାଗ ଦେଲେ ବିଦ୍ୟାରେ ଉନ୍ନତି ହେବ । ଦୀର୍ଘଦିନର ଋଣ ଓ ପରୋକ୍ଷ ଶତ୍ରୁତା ପାଇଁ ବ୍ୟସ୍ତ ରହିବେ । ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ ।

 

ପ୍ରତିକାର – ମାତଙ୍ଗୀଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :୧

କନ୍ୟା:

ଉ,ଫଳଗୁନି- ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ହସ୍ତା- ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଚିତ୍ରା- ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :୫

ତୁଳା:

ଚିତ୍ରା-ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ବିଫଳ ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।

ସ୍ୱାତୀ- ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଘରକୁ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ ।

ବିଶାଖା-ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି ।

 

ପ୍ରତିକାର – ଦେବୀ ମନ୍ଦିରରେ ଫୁଲ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :୬

ବିଛା:

ବିଶାଖା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ ।

ଅନୁରାଧା- ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ

ଜ୍ୟେଷ୍ଠା- ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ସମ୍ପତ୍ତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ

 

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :୯

ଧନୁ:

ମୂଳା- ଜୀବନ ସାଥିଙ୍କ ପାଇଁ ଭଲ ତାଳ ମେଳ ବଜାୟ ରହିବ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ ।ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ରହିଛି

ପୂ,ଷାଢା- ଆବଶ୍ୟକୀୟ ଅର୍ଥପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡ଼ିପାରେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବିଦ୍ୟାର୍ଥୀ ମାନେ ଅଧ୍ୟୟନ ପାଇଁ ତତ୍ପର ହୋଇପାରନ୍ତି ।

ଉ,ଷାଢା- ବେଖାତିର ଭାବରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ଆଲୋଚନା ପରିସର, ସଭାସମିତି, ତର୍କ ଓ ବିବାଦରେ ସ୍ଥଗିତ କାମକୁ ପୂରା କରିବେ। ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ।

 

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

ମକର:

ଉ,ଷାଢା- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପାରିବାରିକ ଜୀବନରେ ପ୍ରଣୟ ଭଙ୍ଗର ସୂଚନା ମିଳିବ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

ଶ୍ରବଣା- ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ ।

ଧନିଷ୍ଠା- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

 

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

କୁମ୍ଭ:

ଧନିଷ୍ଠା- କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ ।

ଶତଭିଷା- ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ପିଲାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ସରକାରୀ ସାହାଯ୍ୟ ରୁ ଅର୍ଥ ଲାଭ ହୋଇପାରେ

ପୂ,ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତର କାରଣ ହୋଇପାରେ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆବଶ୍ୟକତା ଉପଲବ୍ଧି କରି ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି।

 

ପ୍ରତିକାର- ଅସାହ୍ୟ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :୮

ମୀନ:

ପୂ,ଭାଦ୍ରପଦ- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୈାଣସି ମହତ୍ୱ ପୂର୍ଣ୍ଣ ଦାୟିତ୍ୱ ସମ୍ପନ୍ନ କରି ପାରନ୍ତି ।

ଉ,ଭାଦ୍ରପଦ- ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ରେବତୀ- ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ । କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ ।

 

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :୩

Leave a Reply

Your email address will not be published. Required fields are marked *