odisha

୨୪ ଘଣ୍ଚା ମଧ୍ୟରେ ଅଧିକ ଘନୀଭୂତ ହେବ ଲଘୁଚାପ !

Spread the love

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଚା ମଧ୍ୟରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟଦେଇ ଗତି କରିବା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା – ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୫ ତାରିଖ ଯାଏ ରାଜ୍ୟରେ ବର୍ଷା ପାଇଁ ୱାର୍ଣ୍ଣିଂ । ସେହିପରି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛନ୍ତି ଭୁବନେଶ୍ବର ପାଣିପାଗ ବିଭାଗ । ଅନ୍ୟ ଜିଲ୍ଲା ଗୁଡ଼ିକୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଟୁଇନ୍‌ ସିଟିରେ ବି ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ପାଇଁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ସେହିପରି ଲଗାଣ ବର୍ଷାରେ ବାଲେଶ୍ବରରେ ରାତିରୁ ପ୍ରବଳ ବର୍ଷା ଜାରି ରହିଛି । ଫଳରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି । ରାସ୍ତା ଘାଟ, ମେଡିକାଲ ପରିସରରେ ଭରି ରହିଛି ପାଣି । ନାଳରେ ବର୍ଷା ପାଣି ପ୍ରବାହିତ ହେବା ଦ୍ବାରା ରାସ୍ତା ଉପରେ ପାଣିର ସୁଅ ଚାଲିଛି ।

Leave a Reply

Your email address will not be published. Required fields are marked *