ରାଜ୍ୟ

ଆଜି ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତ ! ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା

Spread the love

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଏହା ଗଭୀର ଅବପାତର ରୂପ ନେବାର ସମ୍ଭାବନା ରହିଛି। ଗଭୀର ଅବପାତରେ ପରିଣତ ହୋଇ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ।

ସେପଟେ ଆଜି ବି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତୁହାକୁ ତୁହା ବର୍ଷା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଅପରାହ୍ନ ୨ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସତର୍କତା ଜାରି କରାଯାଇଛି। ପାଣି ଜମିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ନେଇ ଆଶଙ୍କା ରହିଛି।

ଗତକାଲି ଭୁବନେଶ୍ୱରରେ ମାତ୍ର ୩ ଘଣ୍ଟାରେ ୭୨ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସାଢ଼େ ୫ଟାରୁ ସାଢ଼େ ୮ଟା ଯାଏ ଏତେ ପରିମାଣର ବର୍ଷା ହୋଇଛି। ଏହାସହ ଗତକାଲି ୨୫୮ ମିଲିମିଟର ବର୍ଷା ହୋଇଛିା ଆଜିଠାରୁ ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *