ଅଗଷ୍ଟ ୦୭ ତାରିଖ, ସୋମବାର : ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ – ଆସନ୍ତାକାଲି ଆପଣଙ୍କ ପାଇଁ ସମୟ ଟିକେ ଦୁର୍ବଳ ହେବ । ସ୍ୱାସ୍ଥ୍ୟ ଖରାପ ହୋଇପାରେ ଏବଂ ଆପଣ ଅସୁସ୍ଥ ହୋଇପାରନ୍ତି । ଆୟରେ ହ୍ରାସ ହୋଇପାରେ ବ୍ୟବସାୟରେ ଭଲ ଫଳାଫଳ ଆସିବ ଏବଂ ଟଙ୍କା ମଧ୍ୟ କିଛି ମାଧ୍ୟମ ମାଧ୍ୟମରେ ଆସିବ, ତଥାପି ମନ ସନ୍ତୁଷ୍ଟ ହେବ ନାହିଁ।
ବୃଷ – ବନ୍ଧନ ଯୋଗ ରହିଛି । ନୂତନ କାର୍ଯ୍ୟକୁ ନେଇ ଆଶାବାଦୀ ହୋଇ ରହିବେ । ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବା ସହିତ ଅଚାନକ ଧନ ପ୍ରାପ୍ତିର ସମ୍ଭାବନା ରହିଛି । ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ବିଶେଷ ଭଲ ରହିବ। ପରିବାରକୁ ସମୟ ଦେବେ ।
ମିଥୁନ – ଧନ ପ୍ରାପ୍ତିର ଯୋଗ ରହିଛି । କାର୍ଯ୍ୟରେ ସଫଳ ତ ପ୍ରାପ୍ତ ହେବ । ନୂତନ ବନ୍ଧୁଙ୍କୁ ପାଇଁ ଖୁସି ଅନୁଭବ କରିବେ । ମାଲି ମୋକଦ୍ଦମାରେ ଜୟ ଯୁକ୍ତ ହେବେ । ମାତା ପିତାଙ୍କ ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେଇପାରେ ।ଛାତ୍ର ଛାତ୍ରୀ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।
କର୍କଟ – ପରିଶ୍ରମ ଅଧିକ ରହିବ । ଧନ ପ୍ରାପ୍ତି ଯୋଗ ରହିଛି । ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ଦେଇଥିବା ପରୀକ୍ଷା ଉତ୍ତୀର୍ଣ୍ଣ ହେବାର ଯୋଗ ଅଛି । ପ୍ରେମ ସମ୍ପର୍କ ନିବିଡ଼ ହେବ । ଭ୍ରମଣର ଯୋଗ ରହିଛି। ବାହ୍ୟ ସ୍ଥାନରୁ ସମ୍ମାନ ପ୍ରାପ୍ତି ହେବ ।
ସିଂହ – ଦୁଃସାହସ କରି ଅସୁବିଧାରେ ପଡ଼ିବେ। ନୂତନ ବିନିଯୋଗରେ ବିପୁଳ ଅର୍ଥ କ୍ଷତି ହୋଇପାରେ । ଆପଣଙ୍କୁ କାମ ପାଇଁ ଯାତ୍ରା କରିବାକୁ ପଡିପାରେ । ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ। ଗ୍ୟାସ ଜନିତ ସମସ୍ୟା ହୋଇପାରେ ।
କନ୍ୟା – ଦ୍ରବ୍ୟ ନଷ୍ଟ ହେବ । ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ । ଦିନଟି ବ୍ୟସ୍ତ ବହୁଳତାରେ କଟିବ। ପରିବାରରେ ସାଧାରଣ ସମସ୍ୟାକୁ ନେଇ ବିବାଦ ସୃଷ୍ଟି ହେବ । ଛାତ୍ର ଛାତ୍ରୀମାନେ ଅଧ୍ୟୟନରେ ସମୟ ନିବେଶ କରିବାକୁ ଇଚ୍ଛା ପ୍ରକାଶ କରିବେ ନାହିଁ ।
ତୁଳା – ଆପଣଙ୍କ ଜୀବନରେ କେହି ନୂଆ ଆସିପାରନ୍ତି । ଆର୍ଥିକ ଦୃଷ୍ଟିରୁ, ସୋମବାର ଆପଣଙ୍କ ପାଇଁ ଶୁଭ ଖବର ମିଳିବ। ବିଦ୍ୟାର୍ଥୀମାନେ ଉନ୍ନତି ପଥ ଅନୁସରଣ କରିବେ। ବ୍ୟବସାୟ ଲାଭଦାୟକ ହେବ । ପ୍ରୀତି ଲାଭ କରି ଖୁସି ଅନୁଭବ କରିବେ ।
ବିଛା – ମନ ଉତ୍ସାହିତ ରହିବ । ସର୍ବ କାର୍ଯ୍ୟରେ ସିଦ୍ଧି ହେବ । ଚାକିରିରେ ଉଚ୍ଚ ସ୍ଥାନ ପ୍ରାପ୍ତି ହେବ । ଭ୍ରମଣ ଯୋଗ ରହିଛି । ଆୟରେ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ଫଳ ପ୍ରାପ୍ତ ହେବ । ବିଦ୍ୟାର୍ଥୀ ମାନେ ପରୋପକାରୀ ହେବେ ।
ଧନୁ – ପରିଶ୍ରମ ଅଧିକ ହେବ। ଗୃହରେ ଲାଗି ରହିଥିବା ସମସ୍ୟାର ଆସନ୍ତାକାଲି ସମାଧାନ ଖୋଜିବେ। ସନ୍ତାନ ଙ୍କ ସହ ସମୟ ଅତିବାହିତ କରିବେ । ଯାତ୍ରା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବ୍ୟବସାୟୀଙ୍କ ପାଇଁ ଦିନଟି ମଧ୍ୟମ ଫଳ ପ୍ରଦାନ କରିବ ।
ମକର – କାର୍ଯ୍ୟରେ ବାଧା ଉପୁଜିବ । ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ | ନୂତନ ଚାକିରି ପାଇଁ ଆବେଦନ କରିପାରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ ।
କୁମ୍ଭ – ସେମାବାର ଆପଣଙ୍କ ପ୍ରତିଷ୍ଠା ବୃଦ୍ଧି ପାଇବ । ଶାରୀରିକ ଓ ମାନସିକ ଶାନ୍ତି ମିଳିବ । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।
ମୀନ – ଲୋଭରେ ପଡ଼ି କ୍ଷତିଗ୍ରସ୍ତ ହେବେ। କାର୍ଯ୍ୟରେ ବିଳମ୍ବ ହେବାର ସମ୍ଭାବନା ରହିଛି । ଅର୍ଥ ବ୍ୟୟ ହେବ। ପର ଚର୍ଚ୍ଚା କରି ସମୟ ନଷ୍ଟ କରିବେ। ସରକାରୀ କର୍ମଚାରୀ ମାନେ ସେମାନଙ୍କ କାର୍ଯ୍ୟ ପ୍ରତି ବିମୁଖ ହେବେ ।
