ରାଜ୍ୟ

ମୂଖ୍ୟ ବିଚାରପତି ଭାବରେ ଜଷ୍ଟିସ ତାଳପତ୍ରଙ୍କୁ ମଙ୍ଗଳବାର ଦିନ ଶପଥ ପାଠ କରାଇବେ ରାଜ୍ୟପାଳ

Spread the love

ହାଇକୋର୍ଟର ନୂଆ ମୂଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟ ପରିସରରେ ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ।

ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ୍ ତାଳପତ୍ରଙ୍କ ନାଁ ସୁପାରିସ୍ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ତାଳପତ୍ର । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଥିବା ଏସ୍. ମୁରଲୀଧର ସୋମବାର ଅର୍ଥାତ୍ ଅଗଷ୍ଟ ୭ରେ ଅବସର ନେବେ ।
ସୂଚନା ଥାଉକି, ତ୍ରିପୁରା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ ଶୁଭା‌ଶିଷ ତାଳପତ୍ରଙ୍କ ଓଡ଼ିଶା ହାଇକୋର୍ଟକୁ ବଦଳି ପାଇଁ ୨୦୨୨ ମସିହାରେ ସୁପାରିସ କରାଯାଇଥିଲା । ଏହାପରେ ସେ ଜୁନ ୧୦ ତାରିଖରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସେ ଶପଥ ନେଇଥିଲେ । ସେବେଠୁ ସେ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ କାମ କରୁଥିବା ବେଳେ ଆସନ୍ତା ମାସ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ।

୧୯୬୧, ଅକ୍ଟୋବର ୪ରେ ତ୍ରିପୁରାର ଉଦୟପୁର ଠାରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଜନ୍ମ । କଲିକତା ବିଶ୍ୱବିଦ୍ୟାଳୟରୁ ସେ ଆଇନ୍‌ରେ ସ୍ନାତକ କରିଛନ୍ତି । ୨୦୧୧, ନଭେମ୍ବର ୧୫ରେ ସେ ଗୌହାଟୀ ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କରିଥିଲେ । ୨୦୧୩ ସେପ୍ଟେମ୍ବର ୧୩ରେ ସେ ତ୍ରିପୁରା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ୨୦୧୮, ନଭେମ୍ବର ୨ରୁ ୧୩ ତାରିଖ ଓ ୨୦୧୯, ନଭେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସେ ତ୍ରିପୁରା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।

Leave a Reply

Your email address will not be published. Required fields are marked *