ଦେଶ ବିଦେଶ

ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

Spread the love

ଆଜିଠୁ 2 ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । 2 ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ପୁରୀ ଓ ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ। ତେବେ ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚି ପ୍ରଥମେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ପୂର୍ବତନ ବିଧାୟିକା ନିବେଦିତା ପ୍ରଧାନଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତାକାଲି ସକାଳେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ `ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ। ପେଣ୍ଠକଟା ନିକଟ କେନ୍ଦ୍ରୀୟ ସଂସ୍କୃତ ବିଶ୍ଵବିଦ୍ୟାଳୟ ଶ୍ରୀ ସଦାଶିବ କ୍ୟାମ୍ପସ୍‌ରେ ମଧ୍ୟ କାର୍ଯ୍ୟକ୍ରମ ରହିଛି। ତା ଛଡ଼ା ପୁରୀ ବୀରହରେକୃଷ୍ଣପୁର ସ୍ଥିତ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଭୁବନେଶ୍ଵରରେ ବିଂଶତମ ଜାତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦ୍‌ଘାଟନ କରିବାର ମଧ୍ୟ କାର୍ଯ୍ୟକ୍ରମ ରିହଛି।

Leave a Reply

Your email address will not be published. Required fields are marked *