ରାଜ୍ୟ

ପୁଣି ୫ ଦିନ ଯାଏ ବର୍ଷିବ ! ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Spread the love

ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଏବଂ
ସୁନ୍ଦରଗଡ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ ଏବଂ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷେ, ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *