କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାର ବିଶିଷ୍ଟ ସୁନାମଧନ୍ୟ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ଖବର ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟକାମନା କରିଛନ୍ତି । ଏହାସହ ତାଙ୍କ ନିର୍ଦ୍ଦେଶରେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ହସ୍ପିଟାଲରେ ସାକ୍ଷାତ କରିଛନ୍ତି ।
ସୂଚନା ଥାଉକି, ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି । ଏହି ପ୍ରତିନିଧି ଦଳ ତାଙ୍କର ଆଶୁ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ଜଣାଇବା ସହ ଏକ ଲକ୍ଷ ଟଙ୍କାର ଏକ ଚେକ୍ ଚିକିତ୍ସା ସହାୟତା ନିମନ୍ତେ ପ୍ରଦାନ କରିଛନ୍ତି । ପ୍ରତିନିଧି ଦଳରେ ଓଡ଼ିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ପ୍ରମୁଖ ସାମିଲ ଥିଲେ ।

