ରାଜ୍ୟ

ପ୍ରଥମ ମହିଳା ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି

Spread the love

ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି। ବାଚସ୍ପତି ଭାବେ ପ୍ରମିଳା ମଲ୍ଲିକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ କେହି ନାମାଙ୍କନ ଭରିନଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

୬ ଥରର ବିଧାୟିକା, ଏକାଧିକ ଥର ମନ୍ତ୍ରୀ ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ଭାବେ ପ୍ରମିଳା ମଲ୍ଲିକଙ୍କ ପାଖେ ବେଶ୍ ଅଭିଜ୍ଞତା ରହିଛି। ବିଧାନସଭାରେ ବାଚସ୍ପତି ପ୍ରାର୍ଥୀ ଭାବେ ଗତକାଲି ସେ ନାମାଙ୍କନ ଦାଖଲ କରିଥିଲେ।

ବିଧାନସଭା ସଚିବଙ୍କ ପ୍ରକୋଷ୍ଠକୁ ଯାଇ ପୂରା ଟିମ୍ ସହ ସେ ନାମାଙ୍କନ ପତ୍ର ଦାଖଲ କରିଥିଲେ ବିଞ୍ଝାରପୁରର ଏହି ବରିଷ୍ଠ ବିଧାୟିକା। ନାମାଙ୍କନରେ ପ୍ରମିଳାଙ୍କ ପାଇଁ ପ୍ରସ୍ତାବକ ହୋଇଥିଲେ ନିଜେ ମୁଖ୍ୟମନ୍ତ୍ରୀ ଓ ସମର୍ଥକ ହେଇଥିଲେ ମନ୍ତ୍ରୀ ନିରଞ୍ଜନ ପୂଜାରୀ।

Leave a Reply

Your email address will not be published. Required fields are marked *