ଡିସେମ୍ବର ୧୫ ତାରିଖ, ଶୁକ୍ରବାର; ଜାଣନ୍ତୁ କେମିତି ରହିବ ଆଜିର ଦିନ
ମେଷ – ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ମାଲିମୋକଦ୍ଦମାରେ ଆସନ୍ତାକାଲି ଆପଣ ଜୟଯୁକ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବ୍ୟବସାୟରେ ଅନେକ ଲାଭର ସୂଚନା ମିଳୁଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।
ବୃଷ – ଦିନଟି ମିଶ୍ର ଫଳ ଦେବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖା ଦେବ । ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତି ପତ୍ନୀଙ୍କ ଭିତରେ ମୋନମାଳିନ୍ୟ ଦେଖା ଦେବ । ପୈତୃକ ସମ୍ପତିକୁ ନେଇ ସମସ୍ୟା ଦେଖା ଦେଇ ପାରେ ।
ମିଥୁନ – କିଛି ନୂଆ କାର୍ଯ୍ୟ ର ଆରମ୍ଭ ଆପଣ ଶୁକ୍ରବାର କରିପାରନ୍ତି । ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖା ଦେଇପାରେ । ବ୍ୟବସାୟରେ ଉନ୍ନତି ହେବ । ବିଦ୍ୟାର୍ଥୀ ମାନେ ସଙ୍କୋଚରେ ରହିବେ ।
କର୍କଟ– ଆସନ୍ତାକାଲି ଆପଣଙ୍କର ଦୂର ଯାତ୍ରା କରିବାର ଯୋଗ ରହିଛି । ବ୍ୟବସାୟ ଲାଭ ଜନକ ହେବ। ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକି ଥିବା ଧନର ପ୍ରାପ୍ତି ହେବ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।
ସିଂହ – ଦିନଟି ମଧ୍ୟମ ଫଳ ଦେବ । ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବ । ରାଜନୀତିରେ ଆସନ୍ତାକାଲି ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ର ଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।
କନ୍ୟା – ଶୁକ୍ରବାର ଚାକିରିରେ ଉନ୍ନତି ଯୋଗ ଅଛି । ଅଧାରୁ ଅଟକିଥିବା କାର୍ଯ୍ୟ ଶୁକ୍ରବାର ସମ୍ପର୍ଣ୍ଣ ହେବ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ରୋଜଗାର କରୁନଥିବା ବ୍ୟକ୍ତିଙ୍କୁ ଅର୍ଥ ପ୍ରାପ୍ତି ହେବ। ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ଲାଭ କରିବେ ।
ତୁଳା – ଦିନଟି ମିଶ୍ର ଫଳ ପ୍ରଦାନ କରିବ । ନୂତନ ବ୍ୟକ୍ତି ଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି। ଭୂମି , ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ । ଅଟକି ଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି ।
ବିଛା – ବିଶେଷ ଭାବେ ଭ୍ରମଣ ର ଯୋଗ ରହିଛି । ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ । କାର୍ଯ୍ୟ କ୍ଷେତ୍ର ରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ । ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି ।
ଧନୁ – ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ । ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି। ବ୍ୟବସାୟ ରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।
ମକର – ରାଶି ପାଇଁ ଆସନ୍ତାକାଲି ମିଶ୍ର ଫଳ ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉନ୍ନତି ହେବ । ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଦିନଟି ଅନୁକୂଳ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପରିଶ୍ରମ କରିବେ। ଦାମ୍ପତ୍ୟ ଜିବାସୁଖମୟ ହେବ ।
କୁମ୍ଭ – ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ । ମନୋବଳ ଦୃଢ଼ ରହିବ । ବନ୍ଧୁ ମାନଙ୍କ ସହ ସମୟ ଅତିବାହିତ କରିବେ ।ଜୀବନ ସାଥି ଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟ କୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।
ମୀନ – ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀ ମାନେ ଅମନଯୋଗି ହୋଇ ପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
