ରାଜ୍ୟ

ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Spread the love

ପାରାଦୀପ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ମିିିଳିବ।

ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରିନ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିଛି। ଏହା ୪ହଜାର ରୋଜଗାର ସୃଷ୍ଟି କରିିବ ଏବଂ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ୮୧୦ ଜଣଙ୍କୁ ନିଯୁକ୍ତି ମିିଳିବ। ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତିୁ ଯୋଗାଇ ଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡ଼ିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି। ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ ଜେଏସଡବ୍ଲୁର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରିନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡ଼ିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥିପାଇଁ ଧନ୍ୟବାଦ ଦେଇଥିଲେ।

Leave a Reply

Your email address will not be published. Required fields are marked *