ଆଞ୍ଚଳିକ

ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର। କାନ୍ଥବାଡ଼ରେ ଲେଖାଯିବା ଦଳୀୟ ସ୍ଲୋଗାନ ବି ହଟାଯିକୁ ସୂଚନା ଦେଲେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ।

Spread the love

ଆଗକୁ ଆସୁଛି ନିର୍ବାଚନ। ଉଭୟ ସାଧାରଣ ଓ ବିଧାନସଭା ନିର୍ବାଚନ ହେବ। ତେଣୁ ନିର୍ବାଚନ କମିଶନଙ୍କ ଗାଇଡ୍ ଲାଇନ୍ ଉଲ୍ଲଂଘନ କରି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦଳୀୟ ପ୍ରଚାର ପାଇଁ ଯେଉଁ ସବୁ ପୋଷ୍ଟର ବ୍ୟାନର ଲାଗିଛି, ତାକୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି।

ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ କହିଛନ୍ତି, ନିର୍ବାଚନ କମିଶନଙ୍କ ନିୟମ ମାନି ସବୁ ଦଳର ପୋଷ୍ଟର ବ୍ୟାନର ହଟାଯିବା ସହିତ କାନ୍ଥବାଡ଼ରେ ମଧ୍ୟ ଯେଉଁ ସବୁ ସ୍ଲୋଗାନ ଲେଖାଯାଇଛି, ତାକୁ ଲିଭାଯିବ। ଏହାର ପ୍ରକ୍ରିୟା ଆରମ୍ଭ ହୋଇଗଲାଣି ବୋଲି ବିଏମସି କମିଶନର କହିଛନ୍ତି।

Leave a Reply

Your email address will not be published. Required fields are marked *