ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ଦ୍ୱିତୀୟ ଦିନ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତର ଆଜି ଦ୍ୱିତୀୟ ଦିନ। ଆଜି ମହାମହିମ କେନ୍ଦୁଝର ଗସ୍ତରେ ଯିବା କାର୍ଯ୍ୟକ୍ରମ ରହିଛି। କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟର ଜାତୀୟ ସେମିନାରକୁ ଉଦଘାଟନ କରିବା ସହ କଦଳୀବାରୀ ଗାଁର ଆଦିବାସୀ ସମ୍ପ୍ରଦାୟର ଲୋକମାନଙ୍କୁ ସାକ୍ଷାତ କରିବେ। ପରେ ଅପରାହ୍ନରେ ଭୁବନେଶ୍ୱର ଗସ୍ତରେ ଆସି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

