Uncategorized

ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ନଳାଙ୍ଗ ସାଇ ମନ୍ଦିର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ; ଟ୍ରକ୍‌କୁ ପଛରୁ ପିଟିଲା ସ୍କର୍ପିଓ, ୨ ଜଣଙ୍କ ମୃତ୍ୟୁ

Spread the love

ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ନଳାଙ୍ଗ ସାଇ ମନ୍ଦିର ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରେ ଏକ ଟ୍ରକ୍ ପଛରେ ସ୍କର୍ପିଓଟିଏ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍କର୍ପିଓ ଡ୍ରାଇଭର ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।

ମୃତାହତମାନେ ପଶ୍ଚିମବଙ୍ଗର। ସେମାନେ ପୁରୀ ଅଭିମୁଖେ ଯାଉଥିଲେ। ଦ୍ରୁତଗତିରେ ଯାଉଥିବା ସ୍କର୍ପିଓଟି ନଳାଙ୍ଗ ସାଇମନ୍ଦିର ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ସେ ବହୁ ସମୟ ଧରି ଗାଡ଼ି ଭିତରେ ଚାପି ହୋଇ ରହିଥିଲେ।

ଅନ୍ୟମାନଙ୍କୁ ଦୁଇଟି ଆମ୍ବୁଲାନ୍ସ ଯୋଗେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ୩ ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟ ଜଣେ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

Leave a Reply

Your email address will not be published. Required fields are marked *