Uncategorized

ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ 91 ବର୍ଷ ବୟସରେ ପରଲୋକ

Spread the love

ରାଜ୍ୟର ଜଣେ ବର୍ଷିୟାନ କଳାକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 91 ବର୍ଷ ବୟସ ହୋଇଥିଲା। ସେ କଟକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି। ସେ ଶତାଧିକ ନାଟକରେ ନିର୍ଦ୍ଦେଶନା ଦେବା ସହିତ ବହୁ ଚଳଚିତ୍ରରେ ଅଭିନୟ ମଧ୍ୟ କରିଛନ୍ତି। ସେଗୁଡିକ ମଧ୍ୟରେ ରହିଛି କୁଳଚନ୍ଦ୍ରମା, ପରିବାର, ମେଘମୁକ୍ତି ପରି ଅନେକ ଚଳଚିତ୍ର।

ତେବେ ସଚ୍ଚି ଦାସ ଓଡିଆ ନାଟ୍ୟ ଜଗତର ଜଣେ ଜଣାଶୁଣା ନାମ। ସେ ଓଡିଶାର ସୁପରହିଟ ନାଟକ ଶାଗୁଣା ବସିଛି ଡେଣା ମେଲାଇର ନିର୍ଦ୍ଦେଶକ ଥିଲେ। ଧେତେ…… ସଂଳାପ ସଚ୍ଚି ଦାସଙ୍କଠାରୁ ଉତ୍ପନ ହୋଇଥିଲା। ସେହିପରି ସେ ଶତାଧିକ ନାଟକର ନିର୍ଦ୍ଦେଶକ ଥିଲେ। ରବିନ୍ଦ୍ର ମଣ୍ଡପରେ ପେଶାଦାର ନାଟକ କରିବାରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା। ତାଙ୍କ ବିୟୋଗରେ ଉଭୟ ଚଳଚିତ୍ର ଜଗତ ତଥା ଯାତ୍ରା ଜଗତରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *