ରାଜ୍ୟ

ବିଜେପି ସଭାପତି ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା

Spread the love

ବିଜେପି ସଭାପତି ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି।

ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପାହ୍ୟା ମିଳିଛି। ଚଳିତ ମାସ ପ୍ରାରମ୍ଭରେ ସେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ବ୍ୟତୀତ ତାଙ୍କୁ ରସାୟନ ଓ ସାର ମନ୍ତ୍ରଣାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି।

ବର୍ତ୍ତମାନ ସେ ରାଜ୍ୟସଭାର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପିୟୁସ ଗୋଏଲଙ୍କ ସ୍ଥାନରେ ରାଜ୍ୟସଭାର ନେତା ଭାବେ ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି।

Leave a Reply

Your email address will not be published. Required fields are marked *