ରାଜ୍ୟ

ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ପହଞ୍ଚିବ ବିଜୁଳି: କନକ ବର୍ଦ୍ଧନ ସିଂହଦେଓ

Spread the love

ଭୁବନେଶ୍ବର: ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ପହଞ୍ଚିବ ବିଜୁଳି। ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଦ୍ୟୁତକରଣ ହୋଇନଥିବା ଘରଗୁଡିକୁ ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ଖାଲି ସେତିକି ନୁହେଁ, ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ ୪୧୫ କୋଟି ଟଙ୍କା ସମସ୍ତ ଡିସକମମାନଙ୍କୁ ଯୋଗାଇ ଦେଇଛନ୍ତି।ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏନେଇ ସୂଚନା ଦେଇଛନ୍ତି ।ବିଧାନସଭାରେ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଉତ୍ତର ରଖି  ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *