ଆଞ୍ଚଳିକ

ଗଞ୍ଜାମ ଦୁର୍ଘଟଣା:ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ |

Spread the love

ଗଞ୍ଜାମ ଜିଲ୍ଲା ସମ୍ବରଝୋଳ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ୨ ଲକ୍ଷ ଲେଖାଏ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି। ସେହିପରି ୧ ଲକ୍ଷ ଲେଖାଏ ଗୁରୁତର ଆହତଙ୍କୁ କ୍ଷତିପୂରଣ ଏବଂ ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣ ମାଗଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଗୁରୁବାର ସକାଳୁ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ କରିବାକୁ ଯାଇ ଯାତ୍ରୀବାହୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୨୦ ଜଣ ଗୁରୁତର ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇଛି |

‘ଖମ୍ବେଶ୍ୱରୀ’ ନାମକ ଯାତ୍ରୀବାହୀ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ସେହି ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ କରୁଥିବା ବେଳେ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

 

Leave a Reply

Your email address will not be published. Required fields are marked *