ଭୁବନେଶ୍ୱରରେ ଆଜି କମିଛି ପେଟ୍ରୋଲ ଦର !, ଆଜି କେତେ ରହିଛି ନଜର ପକାଇବା

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୮୮ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ଦୁଇ ୯୨ ଟଙ୍କା ୬୪ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୨ ପଇସା ହୋଇଛି ।ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।
ସେହିପରି କୋଲକାତାରେ ମଧ୍ୟ୍ୟ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି ।
ପ୍ରତିଦିନ ଛଅଟା ବେଳେ ମୂଲ୍ୟ ବଦଳିଯାଏ :
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପରିବର୍ତ୍ତନ ହୋଇଥାଏ ପେଟ୍ରୋଲ ଏବଂ ଡିଜେଲ୍ ଦାମ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ଅନ୍ତର୍ଜାତୀୟ ବଜାରରେ ବୈଦେଶିକ ମୂଲ୍ୟ ସହିତ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ପରିବର୍ତନ ହୋଇଥାଏ ।
