ଚାଷୀଙ୍କ ପାଇଁ ବଡ ସତର୍କ ସୂଚନା, ୩ ଦିନ ଅତି ପ୍ରବଳ ବର୍ଷା, ୮ ଜିଲ୍ଲାକୁ ଆଲର୍ଟ
ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୁର୍ଣ୍ଣିବଳୟ। ଏହି ଘୁର୍ଣ୍ଣିବଳୟଟି ଅଧିକ ଘନୀଭୂତ ହୋଇ ଆସନ୍ତା ୪୮ ଘଂଟାରେ ଲଘୁଚାପର ରୂପ ନେବ । ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ବର୍ଷା ସହିତ ଘଡଘଡିର ସମ୍ଭାବନା ଅଧି୍କ ରହିଛି । ତେଣୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଚାଷ କାର୍ଯ୍ୟ ମଧ୍ୟ କିଛି ସ୍ଥାନରେ ପ୍ରଭାବିତ ହୋଇପାରେ ।
ମୌସୁମି ଓ ଆଉ ଏକ ଲଘୁଚାପ ଝାଡ଼ଖଣ୍ଡ ଓ ତାର ପାଖପାଖରେ ସକ୍ରିୟ ରହିଛି। ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢିବ । କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୩ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗର ସୂଚନା ରହିଛି ।
ଆସନ୍ତା ୨୪ ଘଂଟାରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବ। ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର ଓ କେକେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବୌଦ୍ଧ, ଦେଓଗଡ଼, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତାକଲି ମୟୁରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୟେଲୋ ୱାର୍ଣ୍ଣିଂ ଜାରି କରଛି ପାଣିପାଗ ବିଭାଗ।

