ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ଅଧିକ ଘନିଭୂତ ହେବ। ଏହା ପରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ। ପର ଦୁଇ ଦିନରେ ଏହା ଅବପାତର ରୂପ ନେବ।
ଏହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବର୍ଷା ସମୟରେ ତଳିଆ ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବ। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୃତ୍ରିମ ବନ୍ୟା ସ୍ଥିତି ଉପୁଜି ପାରେ। କଚ୍ଚା ରାସ୍ତା, ଘର ଭାଙ୍ଗିବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ସେହିଭଳି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ କୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଆସନ୍ତାକାଲି ଓ ୩୧ ତାରିଖରେମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।
ଆଗାମୀ ୨ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଁଇବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ।
