ରାଜ୍ୟ

ମହାପ୍ରଭୁଙ୍କର ଆଜି କୃଷ୍ଣ ବଳରାମ ବେଶ I ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି I

Spread the love

ପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ।ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ।  ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମଙ୍କ ବେଶରେ ସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନ ଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେଶନ କରିବେ। ଉଭୟ କୃଷ୍ଣ ଏବଂ ବଳରାମ କାଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି ।

ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ୱୟ କିରୀଟଯୁକ୍ତ ହୋଇଥାଏ । ଦ୍ୱିପହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ମଧ୍ୟ ଲାଗିଥାଏ । ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି |

Leave a Reply

Your email address will not be published. Required fields are marked *