୨୨ ରୁ ବଢିବା ବର୍ଷା
ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛି ବର୍ଷା ନାହିଁ । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ ।
ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ତା ସହିତ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ବି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟେ ଦୁଇଟି ଜିଲ୍ଲାମାନଙ୍କ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବା ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଏବେ ଯାଏଁ କିଛି ପୂର୍ବାନୁମାନ ନାହିଁ । ୨୪ ୨୫ ତାରିଖରେ ବି ବର୍ଷା ରହିବ ।

