ବ୍ୟାଙ୍କରେ ଲାଗିଲା ନିଆଁ
ଆନନ୍ଦପୁର ପୌରାଞ୍ଚଳ ଘଷିପୁରା ଥାନା ସାମ୍ନାରେ ଥିବା ଘଷିପୁରା ଷ୍ଟେଟ୍ ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ । ଆଜି ଭୋର ସମୟରେ ଶାଖା କାର୍ଯ୍ୟାଳୟରୁ ଧୁଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକେ ଶାଖା ପରିଚାଳକଙ୍କୁ ଖବର କରିଥିଲେ ।କାଗଜପତ୍ର ସହ କମ୍ପ୍ୟୁଟର ଜଳିଯାଇଥିଲା |ଖବର ପାଇ ତୁରନ୍ତ ଅଗ୍ନିଶମ ବିଭାଗର ଦୁଇଟି ଦମକଳ ପହଞ୍ଚି ନିଆଁକୁ ଆୟତ୍ତି କରିଥିଲେ । ଅଗ୍ନିକାଣ୍ଡରେ ବ୍ୟାଙ୍କ ଫିଲ୍ଡ ଅଫିସରଙ୍କ ପ୍ରକୋଷ୍ଠର କିଛି କାଗଜପତ୍ର ସହ ଏକ କମ୍ପ୍ୟୁଟର ପୋଡ଼ି ଯାଇଛି ।
ଶାଖା ପରିଚାଳକ ଙ୍କ ସୂଚନା ଅନୁଯାୟୀ ଅଗ୍ନିକାଣ୍ଡରେ କୌଣସି ବଡ଼ ଧରଣର କ୍ଷତି ହୋଇନାହିଁ । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି ।

