ଆଞ୍ଚଳିକ

କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି

Spread the love

ବାଣୀବିହାରରେ ଛାତ୍ରୀଙ୍କୁ ଯୌନ ନିର୍ଯାତନା ପରେ ଚେତିଲା ଉଚ୍ଚଶିକ୍ଷା ବିଭାଗ। ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ରହିବ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି।ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ କରିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ବିଶ୍ବବିଦ୍ୟାଳୟର କୁଳସଚିବ ଓ କଲେଜ ଅଧ୍ୟକ୍ଷ ମାନେ ୩୦ ତାରିଖ ସୁଦ୍ଧା ବିଭାଗ କୁ ଆଇସିସି ନେଇ ଜଣାଇବେ |

କିଛି ଦିନ ତଳେ ବାଣୀବିହାରରେ ଛାତ୍ରୀଙ୍କୁ ଅଧ୍ୟାପକ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଆସିଥିଲା। ଅଗଷ୍ଟ ୧୬ ତାରିଖରେ ପୀଡ଼ିତା ଏନେଇ ବିଶ୍ୱବିଦ୍ୟାଳୟର ସେକ୍ସୁଆଲ୍‌ ହାରାସ୍‌ମେଣ୍ଟ ସେଲ୍‌ରେ ଅଭିଯୋଗ କରିଥିଲେ। ଏହାପରେ ଅର୍ଥନୀତି ବିଭାଗର ଆସୋସିଏଟ୍ ପ୍ରଫେସରଙ୍କୁ ନିଲମ୍ବିତ କରାଯାଇଥିଲା। ଆଇସିସିର ରିପୋର୍ଟ ଆଧାରରେ ନିଲମ୍ବନ କରିଥିଲେ କୁଳପତି। ଏଥି ସହିତ ହେଡକ୍ୱାର୍ଟର ନ ଛାଡ଼ିବାକୁ ଆସୋସିଏଟ୍ ପ୍ରଫେସରଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *