ଜାତୀୟ

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା

Spread the love

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଯୋଜନାର ୧୮ ତମ କିସ୍ତି ଦେବେ ପ୍ରଧାନମନ୍ତ୍ରୀ । ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର କୋଟିରୁ ଅଧିକ ଟଙ୍କା ପ୍ରତ୍ୟେକ୍ଷ ଭାବେ ଟ୍ରାନ୍ସଫର କରାଯିବ ।

ତେବେ ଏଥିପାଇଁ ମହାରାଷ୍ଟ୍ର ୱାସିମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସେହିଠାରୁ ନରେନ୍ଦ୍ର ମୋଦି ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ । ୧୮ ତମ କିସ୍ତି ଜାରି ହେବା ପରେ ପିଏମ୍‌ କିଷାନ ଯୋଜନା ଅଧୀନରେ କୃଷକଙ୍କୁ ପ୍ରଦାନ କରାଯାଇଥିବା ମୋଟ୍ ପାଣ୍ଠି ପ୍ରାୟ ୩ ଲକ୍ଷ ୨୫ ହଜାର କୋଟି ଟଙ୍କା ହେବ।।ପିଏମ-କିଷାନ ଯୋଜନାରେ କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରାଯାଏ।

ଚାଷୀଙ୍କ ଆୟକୁ ବଢ଼ାଇବା ପାଇଁ ସରକାର ଅନେକ ପ୍ରକାରର ଯୋଜନା ଆରମ୍ଭ କରିଛନ୍ତି । ଆଉ ଏଥିମଧ୍ୟରୁ ଗୋଟିଏ ହେଉଛି ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ବା ପିଏମ୍ କିଷାନ ଯୋଜନା । ପେବୃଆରୀ ୨୦୧୯ରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା।ଏହି ଯୋଜନା ଅଧୀନରେ ସରକାର ବାର୍ଷିକ ୬୦୦୦ ଟଙ୍କା ଅର୍ଥାତ୍ ୨୦୦୦ ଟଙ୍କାର ୩ଟି କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଉଛନ୍ତି । ଏବେ ପର୍ଯ୍ୟନ୍ତ ଚାଷୀଙ୍କ ଖାତାରେ ୧୭ଟି କିସ୍ତି ପଠାଯାଇ ସାରିଲାଣି । ସରକାର ପ୍ରତି ଚାରି ମାସ ବ୍ୟବଧାନରେ ଚାଷୀଙ୍କ ଖାତାରେ ୨ ହଜାର ଟଙ୍କା ପଠାଯାଏ।

Leave a Reply

Your email address will not be published. Required fields are marked *