ବଦଳିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ
ଜାଣନ୍ତୁ ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦାମ୍ କେତେ। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୦୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬ ୪ ପଇସା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୪୪ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୮୯ ଟଙ୍କା ୯୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୪ ଟଙ୍କା ୯୫ ପଇସା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୭୫ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୩୪ ପଇସା ରହିଛି ।
ପ୍ରତିଦିନ ଛଅଟା ବେଳେ ବଦଳିଯାଏ ମୂଲ୍ୟ :
ସୂଚନା ମୁତାବକ, ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

