ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲା ତେଲ ଜଳସେଚନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢୀ। ଠିକାଦାରଙ୍କଠାରୁ ୪୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜିତେନ୍ଦ୍ରଙ୍କୁ ଧରିଥିଲେ ଭିଜିଲାନ୍ସ ଟିମ୍। ଏହାପରେ କାର୍ଯ୍ୟାଳୟ ସମେ ସୋନପୁର ବାସଭବନରେ ଚଢାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ ଟିମ୍।

