ଆଞ୍ଚଳିକ

ଭସାଣି ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଭୁବନେଶ୍ୱର ଲାଗି ଜାରି ହୋଇଛି ଟ୍ରାଫିକ୍ କଟକଣା

Spread the love

ଧରାପୃଷ୍ଠରୁ ମେଲାଣି ନେଉଛନ୍ତି ମା ଦୁର୍ଗା। ରାଜଧାନୀ ଏବେ ପାରମ୍ପରିକ ବାଦ୍ୟର ଧ୍ବନିରେ କମ୍ପୁଛି। ବିଭିନ୍ନ ମଣ୍ଡପରୁ ଦୁର୍ଗାଙ୍କ ଭସାଣି ଯାତ୍ରା ଆରମ୍ଭ ହୋଇଛି। ଭସାଣି ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ଭୁବନେଶ୍ୱର ଲାଗି ଜାରି ହୋଇଛି ଟ୍ରାଫିକ୍ କଟକଣା। ଦିନ ୩ଟାରୁ ଭସାଣି ଶେଷ ହେବା ଯାଏଁ କଟକଣା ବଳବତ୍ତର ରହିବ।। ମେଢଗୁଡ଼ିକ ଯିବାକୁ ଥିବା ମୁଖ୍ୟ ରାସ୍ତା ପାଇଁ ଟ୍ରାଫିକ ପକ୍ଷରୁ ଏଭଳି କଟକଣା ଜାରି ହୋଇଛି। ଭସାଣି ଶେଷ ଯାଏଁ ବାଣୀବିହାର-ରାଜମହଲ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିବ।  ଭସାଣି ସମୟରେ ଯେପରି ଅସୁବିଧା ନ ହୁଏ ସେଥିଲାଗି ସମସ୍ତ ବ୍ୟବସ୍ଥା କରାଯାଇଛି।

Leave a Reply

Your email address will not be published. Required fields are marked *