ଦେଶ ବିଦେଶ

୯ ବର୍ଷ ପରେ ଭାରତୀୟ ବୈଦେଶିକ ମନ୍ତ୍ରୀଙ୍କ ପ୍ରଥମ ପାକିସ୍ତାନ ଗସ୍ତ

Spread the love

୯ ବର୍ଷ ପରେ ଆଜି ପାକିସ୍ତାନରେ ପହଞ୍ଚିବେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ପାକିସ୍ତାନରେ ଆୟୋଜିତ ହେଉଥିବା ଏସସିଓ ସମ୍ମିଳନୀରେ ସାମିଲ ହେବେ ଜୟଶଙ୍କର । ଦୀର୍ଘ ବର୍ଷ ଧରି ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସମ୍ପର୍କରେ ଲାଗି ରହିଥିବା ଉତ୍ତେଜନା ମଧ୍ୟରେ ଏହା ହେଉଛି ଭାରତର ପ୍ରଥମ ଉଚ୍ଚସ୍ତରୀୟ ପାକିସ୍ତାନ ଗସ୍ତ । ଇସଲାମାବାଦରେ ପହଞ୍ଚିବା ପରେ ଜୟଶଙ୍କର ଏସସିଓ ସଦସ୍ୟ ଦେଶମାନଙ୍କୁ ସ୍ୱାଗତ କରିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଦ୍ୱାରା ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେବେ ।

ଏହି ଗସ୍ତ ଅବସରରେ ଜୟଶଙ୍କର ଏବଂ ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି ।

Leave a Reply

Your email address will not be published. Required fields are marked *