ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଖବର ଅନୁଯାୟୀ, ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁମ୍ବାଇ ଗସ୍ତରେ ଯିବେ । ମୁଖ୍ୟମନ୍ତ୍ରୀ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ ସୋ’ରେ ମଧ୍ୟ ଯୋଗ ଦେବେ । କେନ୍ଦୁଝରରେ ଏକ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ସେ ନିବେଶକଙ୍କ ସହ ଆଲୋଚନା କରିବେ।କେନ୍ଦୁଝର ଗସ୍ତରେ ଯାଇ ଏ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।

