ଦେଶ ବିଦେଶ

ଓମାର ଅବଦୁଲ୍ଲା ଆଜି ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ

Spread the love

ଜମ୍ମୁ-କଶ୍ମୀର ଏକ କେନ୍ଦ୍ର ଶାସିତ ଅଞ୍ଚଳ ବୋଲି ଘୋଷଣା ହେବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ଓମାର ଅବଦୁଲ୍ଲା।ଧାରା ୩୭୦ ଉ‌ଚ୍ଛେଦ ହେବା ପରଠାରୁ ଏହି ଅଞ୍ଚଳର ପ୍ରଥମ ବିଧାନସଭା ନିର୍ବାଚନରେ ​​ତାଙ୍କ ନେସ୍‌ନାଲ୍‌ କନ୍‌ଫରେନ୍ସ ଦଳ ବିଜୟ ଲାଭ କରିଥିବା ବ‌େଳେ ସେ ଆଜି ଶପଥ ନେବେ।ଆଜି ସେର-ଆଇ-କାଶ୍ମୀର ଆନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ର (ଏସ୍‌କେଆଇସିସି)ରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହ ପାଇଁ ପ୍ରସ୍ତୁତି ଶେଷ ହୋଇଛି |

ଜମ୍ମୁ-କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ସକାଳ ୧୧.୩୦ରେ ଓମାର ଅବଦୁଲ୍ଲା ଏବଂ ତାଙ୍କ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ପରିଚାଳନା କରିବେ।ନେସ୍‌ନାଲ୍‌ କନ୍‌ଫରେନ୍ସ (ଏନସି) ଆଜି ଶ୍ରୀନଗରରେ ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ ଓମାର ଅବଦୁଲ୍ଲାଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ଇଣ୍ଡିଆ ବ୍ଲକ୍‌ର ସହଯୋଗୀ ନେତାମାନଙ୍କୁ ଆମନ୍ତ୍ରଣ କରିଛି।ଏହି ଶପଥ ଗ୍ରହଣ ସମାରୋହକୁ ଇଣ୍ଡିଆ ବ୍ଲକର ପ୍ରମୁଖ ନେତା ରାହୁଲ ଗାନ୍ଧୀ, ଲୋକସଭାରେ ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖର୍ଗେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରମୁଖଙ୍କୁ ନିମନ୍ତ୍ରଣ ରହିଛି।

Leave a Reply

Your email address will not be published. Required fields are marked *