Politics

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଠାରୁ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି

Spread the love

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଠାରୁ ହରିୟାଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୭ ତାରିଖରେ ଚଣ୍ଡିଗଡରେ ନବ ଗଠିତ ହରିୟାଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ପରେ ଅପରାହ୍ନରେ ଚଣ୍ଡିଗଡ ଠାରେ NDA ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ।ସେଠାରୁ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ Indian Chemicals and Petrochemicals କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ। ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ‘Make In Odisha’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିଆସିବେ।

ଆସନ୍ତା ୧୮ ଓ ୧୯ ତାରିଖରେ ମୁମ୍ବଇରେ ଓଡ଼ିଶା ସରକାର ଆୟୋଜନ କରିବାକୁ ଯାଉଛନ୍ତି ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ୍ ଶୋ’। ଶିଳ୍ପାୟନ କ୍ଷେତ୍ରରେ ରାଜ୍ୟକୁ ଅଧିକ ପୁଞ୍ଜି ଆଣିବା ଲକ୍ଷ୍ୟରେ ଦିଲ୍ଲୀ ପରେ ମୁମ୍ବଇରେ ଏଭଳି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ପାରାଦ୍ବୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବାର ସମ୍ଭାବନା ରହିଛି। ୧୯ତାରିଖରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ସରକାର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ସ୍ୱାଇଁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *